ଆଉ ୮ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
କଟକ ଜିଲ୍ଲାରୁ ୨ ଜଣ, ବଲେଶ୍ବର ,ଢ଼େଙ୍କନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୫ ହଜାର ୭୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୦୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦ ଲକ୍ଷ ୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor