ରାଜ୍ୟରେ ୬ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୩୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୧୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor