Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

Home ›› ››ମା ସମଲେଶ୍ୱରୀ ପୀଠରେ ଲାଇଟ୍ ଆଣ୍ଡ ସାଉଣ୍ଡକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ମା ସମଲେଶ୍ୱରୀ ପୀଠରେ ଲାଇଟ୍ ଆଣ୍ଡ ସାଉଣ୍ଡକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

2021-09-12 06:10:36
15686
Share:
Facebook
Twitter
E-Mail
WhatsApp
Telegram
ମା ସମଲେଶ୍ୱରୀ ପୀଠରେ ଲାଇଟ୍ ଆଣ୍ଡ ସାଉଣ୍ଡକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ


ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ  ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଗତକାଲି ମା ସମଲେଶ୍ୱରୀ ମନ୍ଦିରରେ ଲାଇଟ ଅଣ୍ଡ ସାଉଣ୍ଡ୍ ଶୋ’କୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଁଖାଇ ଜୁହାର ଜଣାଇବା ସହିତ ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’, ଏଠାକୁ ଆସୁଥିବା ଭକ୍ତ ମାନଙ୍କୁ ସମ୍ବଲପୁର ତଥା ଓଡିଶାର ଗୌରବମୟ ଇତିହାସ ବିଷୟରେ ପରିଚିତ କରାଇବ ବୋଲି କହିଛନ୍ତି । 
ଭର୍ଚୁଆଲ ମୋଡରେ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ସମ୍ବଲପୁର ଭାଷାରେ ମିଠାସ୍ ରହିଛି । ସମ୍ବଲପୁରୀ ଭାଷାରେ ଆମର ବନ୍ଧୁମାନେ ଯେତେବେଳେ କଥା ହୁଅନ୍ତି ତାହା ତାଙ୍କୁ ବହୁତ ଭଲ ଲାଗେ । ସମ୍ବଲପୁରୀ ଗୀତ ସାରା ଦେଶରେ ପ୍ରସିଦ୍ଧ । ସମ୍ବଲପୁରୀ ନୃତ୍ୟ ଓ ଗୀତ ମନଛୁଆଁ । ସମ୍ବଲପୁରୀ ଶାଢୀ କେବଳ ଓଡିଶାରେ ନୁହେଁ ସାରା ଭାରତର ଗୌରବ ବୃଦ୍ଧି କରିଛି । କବି ଗଙ୍ଗାଧର ମେହେରଙ୍କ ଅମରକୃତି ଓଡିଆ ଭାଷା ଓ ସାହିତ୍ୟକୁ କାଳଜୟୀ କରିଛି । ସଂଗ୍ରାମ ଓ ସଂସ୍କୃତିର ମହାନପୀଠ ହେଉଛି ସମ୍ବଲପୁର । ଦେଶ ଓ ଜାତି ପାଇଁ ବୀରସୁରେନ୍ଦ୍ର ସାଏଙ୍କ ତ୍ୟାଗ ଓ ସଂଗ୍ରାମ ତାଙ୍କୁ କିମ୍ବଦନ୍ତୀ କରି ଗଢିଛି । ସେ ଥିଲେ ଅଜୟ । 
ହୀରାକୁଦଠୁ ଆାରମ୍ଭ କରି ଦେବ୍ରିଗଡ ଅଭ୍ୟାରଣ୍ୟ, ହୁମାରଙ୍ଗ ମନ୍ଦିର, ହରିଶଙ୍କର, ନୃସିଂହନାଥ- ଏସବୁ ହେଉଛି ଆମ ଓଡିଶାର ପ୍ରତିଷ୍ଠିତ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ । ନୃସିଂହନାଥ ଓ ହରିଶଙ୍କର ମନ୍ଦିରର ବିକାଶ ପାଇଁ ଆମେ ଯୋଜନା କରୁଛୁ । ସମଲେଶ୍ୱରୀ ପୀଠାର ବିକାଶ ପାଇଁ କାମ ଆରମ୍ଭ ହୋଇଛି । ଏହି ରୂପାନ୍ତରଣରେ ସବୁଠୁ ଅଧିକ ଉପକାର ପାଇବେ ସ୍ଥାନୀୟ ଲୋକମାନେ । ଏହି ରୂପାନ୍ତରର ଲକ୍ଷ ହେଉଛି- ଆମ ସଂସ୍କୃତି, ପରମ୍ପରାକୁ ବିଶ୍ୱମୁଖୀ କରି ଅର୍ଥନୀତିକୁ ସମୃଦ୍ଧ କରିବା । ମା ସମଲେଶ୍ୱରୀ ପୀଠକୁ ଲକ୍ଷଲକ୍ଷ ଭକ୍ତ ଆସୁଛନ୍ତି । ଏହି ରୂପାନ୍ତରଣ ସେମାନଙ୍କୁ ପବିତ୍ର ଅନୁଭବ ଦେବାରେ ସାହାଯ୍ୟ କରିବ । ଆପଣମାନଙ୍କ ସମସ୍ତଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଖୁବଶୀଘ୍ର ଆଗକୁ ବଢିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି । ଏହି ଉଦ୍ଘାଟନ କାର୍ଯ୍ୟକ୍ରମରେ ମାନ୍ୟବର ପର୍ଯ୍ୟଟନ, ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଓଟିଡିସି ଅଧ୍ୟକ୍ଷ ଶ୍ରୀମତୀ ଶୀମୟୀ ମିଶ୍ର, ମା ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ସଭାପତି ସଞ୍ଜୟ କୁମାର ବାବୁ, ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ୱରୀ  ପାଣିଗ୍ରାହୀ, ସମ୍ବଲପୁର ଜିଲ୍ଲାପାଳ ଶୁଭମ୍ କୁମାର ମହାନ୍ତି, ସମ୍ବଲପୁର ଜିଲ୍ଲା ପ୍ରକଳ୍ପ ନିଦେ୍ର୍ଧଶକ(ଡିଆରଡିଏ), ସମ୍ବଲପୁର ଉପଜିଲ୍ଲାପାଳ ମଯୂର ସୂର୍ଯ୍ୟବଂଶୀ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ହେମନ୍ତ ପ୍ରଧାନଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇଥିଲେ । 
ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ଲାଇଟ ଆଣ୍ଡ ସାଉଣ୍ଡ ଶୋ’ ନିମନ୍ତେ ସାଢେ ୬କୋଟି ଟଙ୍କା ବ୍ୟୟ କରାଯାଇଛି । ପ୍ରାୟ ୩୭ମିନିଟର ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’କୁ ଉଭୟ ଓଡିଆ ଓ ହିନ୍ଦି ଭାଷାରେ ଶ୍ରଦ୍ଧାଳୁମାନେ ଉପଭୋଗ କରିପାରିବେ । ସମ୍ବଲପୁର ଓ ଷୋଡଶ ଶତାଦ୍ଧୀର ପ୍ରସିଦ୍ଧ ଏହି ମା ସମଲେଶ୍ୱରୀ ମନ୍ଦିରର ଗୌରବମୟ ଇତିହାସ ସମ୍ପର୍କରେ ଶ୍ରଦ୍ଧାଳୁମାନେ ଜାଣିବାର ସୁଯୋଗ ପାଇବେ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗର ଅଧ୍ୟାପକମାନଙ୍କ ଗବେଷଣାତ୍ମକ ତଥ୍ୟକୁ ଏହି ଶୋ’ରେ ଜୀବନ୍ତ ରୂପ ଦେବାକୁ ପ୍ରୟାସ କରାଯାଇଛି । ପଦ୍ମ ପୁରସ୍କାରପ୍ରାପ୍ତ  କବି ଶ୍ରୀଯୁକ୍ତ ହଳଧର ନାଗଙ୍କ କବିତା ଓ ପଙ୍କଜ ଜାଲଙ୍କ ସଙ୍ଗୀତ ଏହକୁ ଅଧିକ ମନ୍ତ୍ରମୁଗ୍ଧ ଓ ପବିତ୍ର ସ୍ପର୍ଶ ଦେଇଛି । 
ନୂଆଖାଇ ଅବସରରେ ପଶ୍ଚିମଓଡିଶାର କଳାକାରମାନଙ୍କୁ ନେଇ ଭର୍ଚୁଆଲ ମୋଡରେ ସାଂସ୍କୃତିକ କାର୍ଯ୍ୟକ୍ରମ ‘ନୂଆଁଖାଇ ଭେଟଘାଟ’ ଅନୁଷ୍ଠିତ ହେଉଛି । ପଶ୍ଚିମଓଡିଶାର ୫ଟି ଜିଲ୍ଲାର ୯ଟି ଟିମ୍ ଏହି ଲୋକନୃତ୍ୟ, କଳା ଓ ସଂସ୍କୃତିର ପ୍ରଦର୍ଶନ କରିଛନ୍ତି । ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସହଯୋଗ ଓ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)ର ଉଦ୍ୟମରେ ଏହି ନୂଆଁଖାଇ ଭେଟଘାଟରେ ପଶ୍ଚିମଓଡିଶାର କଳାକାର ମାନେ ନିଜ ଅଂଚଳର ପାରମ୍ପରିକ ନୃତ୍ୟ ଓ ଗୀତ ପରିବେଷଣ କରିଥିଲେ । ଯାହାକୁ ସମସ୍ତେ ଟେଲିଭିଜନ ମାଧ୍ୟମରେ ଦେଖିବାକୁ ସୁଯୋଗ ପାଇପାରିବେ ।

Powered by Froala Editor

Tags Light and sound

Related articles Odisha News Lens 4.1

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14780
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14541
    Jul 02, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15971
    Jul 02, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15487
    Jul 03, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15601
    Jul 04, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15068
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14886
    Jul 03, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13633
    Jul 03, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13707
    Jul 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14541
    Jul 02, 2026
  • ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13633
    Jul 03, 2026
  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15601
    Jul 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14886
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14548
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14317
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15935
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15808
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15782
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14909
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ଉଦ୍ଧବ ଠାକ୍‌ରେ

    14796
    Jul 04, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13707
    Jul 04, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14886
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In