ରାଜ୍ୟରେ ୪୭୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୭୧ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୫୭ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୭୪ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୯୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୨ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୯୬ ଜଣ, କଟକରୁ ୮୧ ଜଣ, ବାଲେଶ୍ବରୁ ୨୬ ଜଣ, ଯାଜପୁର ଓ ମୟୂରଭଞ୍ଜରୁ ୨୨ ଜଣ ଲେଖାଏଁ, ପୁରୀରୁ ୧୯ ଜଣ, ଜଗତସିଂହପୁର ୧୬ ଜଣ, କେନ୍ଦ୍ରପଡ଼ାରୁ ୯ ଜଣ, ନୟାଗଡ଼ରୁ ୭ ଜଣ, ଢ଼େଙ୍କାନାଳରୁ ୫ ଜଣ, ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୪ ଜଣ ଲେଖାଏଁ, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ବରଗଡ଼, ଦେବଗଡ଼ ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ,ବଲାଙ୍ଗୀର, କନ୍ଧମାଳ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୬ ହଜାର ୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬ ହଜାର ୫୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦ ଲକ୍ଷ ୨ ହଜାର ୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor