ଏହି ଜିଲ୍ଲାକୁ ରେଡ୍ ଓ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇସାରିଥିବା ବେଳେ ଆସନ୍ତା ୨୪ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲା ପାଇଁ ରେଡ୍, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଆସନ୍ତା ୨୪ ଘଣ୍ଟାରେ ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର ଓ ବରଗଡ଼ ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୧୨ରୁ୨୦ ସେମି) ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଅତି ଭୀଷଣ (୨୦ ସେମି ପାଖାପାଖି) ବର୍ଷା ହୋଇପାରେ। ସେଥିପାଇଁ ଏହି ୫ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ଆସନ୍ତା ୨୪ ଘଣ୍ଟାରେ ୧୦ଟି ଜିଲ୍ଲା- ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ଓ କଟକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
୯ଟି ଜିଲ୍ଲାରେ କିଛି କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ଳ କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ।
Powered by Froala Editor