ବଢିବାରେ ଲାଗିଛି ହୀରାକୁଦ ଡ୍ୟାମର ଜଳସ୍ତର
ଭୁବନେଶ୍ୱର: ଛତିଶଗଡ଼ର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମର ଜଳସ୍ତର ବଢିବାରେ ଲାଗିଛି । ଯେଉଁଥି ପାଇଁ ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ଖୋଲାଯାଇଛି । ଏବେ ୨୮ଟି ଗେଟ ଦେଇ ଜଳ ନିଷ୍କାସନ କରାଯାଉଛି । ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ହୁ ହୁ ବଢିବାରେ ଲାଗିଛି ।
ସକାଳ ୭ଟାରେ ହୀରାକୁଦ ଜଳସ୍ତର ୬୨୮.୪୧ ଫୁଟ ଥିଲା । ତେବେ ସକାଳ ୮ଟାରେ ତାହା ବଢି ୬୨୮.୪୫ ଓ ୯ଟାରେ ୬୨୮.୫୦ ଫୁଟ ହୋଇଥିଲା । ୧୦ଟାରେ ଜଳସ୍ତର ୬୨୮.୫୬ ଓ ୧୧ଟାରେ ୬୨୮.୬୨ ଫୁଟ ରହିଥିବା ଜଣାଯାଇଛି ।
ଅନ୍ୟପକ୍ଷରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଆଇଏମଡି ମହାନିଦେ୍ର୍ଧଶକ ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ୧୮ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହେବ । ତେବେ ଏହା ବେଶୀ ଘନୀଭୂତ ହେବ ନାହିଁ । ଅତିବେଶୀରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ୧୮ ତାରିଖ ସନ୍ଧ୍ୟାରୁ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାହେବ । ୧୯ ଓ ୨୦ରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ୭ରୁ ୧୨ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବ । ଛତିଶଗଡ଼ରେ ମଧ୍ୟ ଆସନ୍ତା ୩ ଦିନରେ ସେପରି ବଡ଼ ବର୍ଷା ହେବନି । ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ମଧ୍ୟ ବେଶୀ ବର୍ଷା ହେବନାହିଁ ବୋଲି ଆଇଏମଡି ମହାନିଦେ୍ର୍ଧଶକ ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
Powered by Froala Editor