ରାଜ୍ୟରେ ଚିହ୍ନଟ ହେଲେ ୩୬୬୪ ପଜିଟିଭ , କରୋନା ନେଲା ଆଉ ଦୁଇ ଜୀବନ

ପ୍ରଶାସନ ଓ ଜନସାଧାରଣଙ୍କ ଚିନ୍ତା ବଢ଼େଇଲାଣି ଦୈନିକ ବଢୁଥିବା କରୋନା ସଂକ୍ରମଣ | ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୩୬୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୧୨୭ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୫୩୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୬୮ ହଜାର ୨୫୮ଜଣକୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା କରୋନା ସଂକ୍ରାମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୭୦୪ ଜଣ ସଂକ୍ରମିତ ଚିିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୫୯, ବାଲେଶ୍ବରରୁ ୩୯, ବରଗଡ଼ରୁ ୨୧୦, ଭଦ୍ରକରୁ ୨୭, ବଲାଙ୍ଗୀରରୁ ୭୯, ବୌଦ୍ଧରୁ ୬, କଟକରୁ ୧୯୮, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୭, ଗଜପତିରୁ ୬୩, ଗଞ୍ଜାମରୁ ୬୬, ଜଗତ୍ସିଂହପୁରରୁ ୬୮, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୧୮୩, କଳାହାଣ୍ଡିରୁ ୩୨୪, କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୫୬, କୋରାପୁଟ୍ରୁ ୩୯, ମାଲକାନଗିରିରୁ ୪, ମୟୂରଭଞ୍ଜରରୁ ୧୧୯, ନବରଙ୍ଗପୁରରୁ ୮୧, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୨୨୧, ପୁରୀରୁ ୧୪୩, ରାୟଗଡ଼ାରୁ ୫୭, ସମ୍ବଲପୁରରୁ ୧୯୯, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୩୪୦ ଓ ଷ୍ଟେଟ୍ପୁଲ୍ରୁ ୧୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏହାସହିତ ଆଜି କରୋନାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୪୪କୁ ବୃଦ୍ଧି ପାଇଛି । ମୃତକମାନେ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡ଼ିଛି ।