ପେଟ୍ରୋଲ ଏବଂ ଡିଜେଲ ଉପରେ ଜିଏସ୍ଟି ଲାଗୁହେବ ନାହିଁ : ଅର୍ଥମନ୍ତ୍ରୀ

GST ପରିଷଦ ବୈଠକରେ ପେଟ୍ରୋଲ ଏବଂ ଡିଜେଲରେ ଜିଏସ୍ଟି ଲାଗୁ ହେବା ନେଇ କୌଣସି ଆଲୋଚନା ହୋଇନାହିଁ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୪୫ତମ ଦ୍ରବ୍ୟ ଏବଂ ସେବା କର (GST) ପରିଷଦ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି ।
ଜିଏସ୍ଟି କାଉନସିଲ ବୈଠକରେ ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ଶୁଣାଯାଉଥିଲା । କିନ୍ତୁ ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏ ନେଇ ସ୍ପଷ୍ଟ ସୂଚନା ଦିଆଯାଇଛି ଯେ, ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲ ଉପରେ ଜିଏସ୍ଟି ଲାଗୁହେବ ନାହିଁ । ତୈଳ ଦର ଉପରେ GST ଲାଗୁ ହୋଇଥିଲେ ଦର ହ୍ରାସ ପାଇବାର ଯଥେଷ୍ଟ ସମ୍ଭାବନା ଥିଲା । କିନ୍ତୁ ଏପରି ନିଷ୍ପତ୍ତି ନିଆଯାଇନାହିଁ ବୋଲି ସୀତାରମଣ ସ୍ପଷ୍ଟ କରିଛନ୍ତି । ଏହା ସହିତ ଜିଏସ୍ଟି ପରିଷଦ ବୈଠକରେ ଅନ୍ୟ ଦ୍ରବ୍ୟଗୁଡିକ ଉପରେ ଲାଗୁ ହେଉଥିବା କର ଉପରେ ମଧ୍ୟ ପରିବର୍ତ୍ତନ କରାଯାଇଛି । ବାୟୋ ଡିଜେଲ ଦର ହ୍ରାସ ପାଇଛି । ପୂର୍ବରୁ ବାୟୋ ଡିଜେଲ ଉପରେ ୧୮ ପ୍ରତିଶତ ଜିଏସ୍ଟି ଲାଗୁ ହେଉଥିବା ବେଳେ ଏଣିକି ୫ ପ୍ରତିଶତ ଜିଏସ୍ଟି ଲାଗୁ ହେବ । ଲୁହା, କପର ଏବଂ ମାଙ୍ଗାନିଜ୍ ଉପରେ ଜିଏସ୍ଟି ବୃଦ୍ଧିପାଇଛି । ଏହି ସବୁ ଦ୍ରବ୍ୟ ଉପରେ ଜିଏସ୍ଟି ୫ ପ୍ରତିଶତରୁ ୧୮ ପ୍ରତିଶତକୁ ବୃଦ୍ଧି କରାଯାଇଛି ।
Powered by Froala Editor