ରାଜ୍ୟରେ ଆଉ ୬୯୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୮୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୯୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୬୯୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୨୩ ଜଣ, କଟକରୁ ୯୦ ଜଣ, ଯାଜପୁରରୁ ୩୯ ଜଣ, ବାଲେଶ୍ବରରୁ ୩୦ ଜଣ, ଜଗତସିଂହପୁରରୁ ୨୫ ଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୧୮ ଜଣ ଲେଖାଏଁ, ଭଦ୍ରକରୁ ୧୩ ଜଣ, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଏଁ, ରାୟଗଡ଼ରୁ ୭ ଜଣ, ଅନୁଗୁଳ ଓ ଝାରସୁଗୁଡ଼ାରୁ ୬ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୫ ଜଣ, ଢ଼େଙ୍କାନାଳ ଓ ମାଲକାନଗିରି ଜିଲ୍ଲାରୁ ୪ ଜଣ, ନୟାଗଡ଼ରୁ ୩ ଜଣ, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ଼, କନ୍ଧମାଳ,କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୯ ହଜାର ୬୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୮୭୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୫ ହଜାର ୫୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor