ଦେଶରେ କରୋନାରେ ଆଜି ୧୫୦୧ ଜଣଙ୍କ ମୃତ୍ୟୁ
ଗତ ୨୪ ଘଣ୍ଟାରେ ଦେଶରେ ୨ଲକ୍ଷ ୬୧ ହଜାର ୫୦୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ପଜିଟିଭ ସଂଖ୍ୟା ୧ କୋଟି ୪୭ ଲକ୍ଷ ୮୮ ହଜାର ୧୦୯କୁ ବୃଦ୍ଧି ପାଇଛି। ଏହାସହିତ ଗତ ୨୪ ଘଣ୍ଟା ମଧ୍ୟରେ ୧ ହଜାର ୫୦୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ହେବା ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୭ ହଜାର ୧୫୦କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି । ଏହାସହିତ ୧ ଲକ୍ଷ ୩୮ ହଜାର ୪୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୨୮ ଲକ୍ଷ ୯ ହଜାର ୬୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮ ଲକ୍ଷ ୧ ହଜାର ୩୧୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।