ଆଜି ରାଜ୍ୟରେ ୬୨୩ ନୂଆ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାର ରାଜ୍ୟରେ ୬୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୬୨ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୨୬୧ ରହିଛି । ଏମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ବର୍ଗର ୯୫ ଜଣ ରହିଛିନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦,୨୪୪କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ୫୭୩୬ ଆକ୍ଟିଭ କେସ୍ ରହିଛି । ଏବେ ପର୍ଯ୍ୟନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି୧୦୦୬୩୨୦ ଜଣ ।
Powered by Froala Editor