ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି କୋରୋନା

ଭୁବନେଶ୍ବର: ଗତ କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ଆଜି ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।
ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଯାଜପୁରରୁ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୮,୧୩୫ କୁ ବୃଦ୍ଧି ହୋଇଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୨୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ସେଥିମଧ୍ୟରୁ ୯୫ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ରେ ପହଞ୍ଚିଛି ।
Powered by Froala Editor