ରାଜ୍ୟରେ ଆଉ ୫୧୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୭୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୯୭ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୧୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୭୫୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୪ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ୧୯୭ ଜଣ, କଟକରୁ ୭୮ ଜଣ, ବାଲେଶ୍ବରରୁ ୩୩ ଜଣ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୨୨ ଜଣ ଲେଖାଏଁ, ପୁରୀରୁ ୨୦ ଜଣ, ମୟୂରଭଞ୍ଜରୁ ୧୪ ଜଣ, ଗଞ୍ଜାମରୁ ୧୨ ଜଣ, ଭଦ୍ରକ ଓ ସମ୍ବଲପୁର ଜିଲ୍ଲାରୁ ୯ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୮ ଜଣ, ଗଜପତି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ ଲେଖାଏଁ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲରୁ ୩ ଜଣ ଲେଖାଏଁ,ବଲାଙ୍ଗୀର, ବୌଦ୍ଧ,କଳାହାଣ୍ଡି , କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୪୭ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୨୦ ହଜାର ୭୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୪୯୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୭ ହଜାର ୦୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor