ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ହତ୍ୟାକାଣ୍ଡ । ଶୋଇଥିବା ବେଳେ ପଥରରେ ଛେଚି ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି । ଗଞ୍ଜାମ ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ିଘାଇରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ବିନୟ ପ୍ରଧାନ ।
ସେ ଶୋଇଥିବା ବେଳେ କିଛି ଦୁର୍ବୃତ୍ତ ଆସି ତାଙ୍କୁ ପଥରରେ ଛେଚି ହତ୍ୟା କରିଥିଲେ । ତେବେ ମଦ ବିକ୍ରିକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ ହୋଇଛି ।
Powered by Froala Editor