ଆଜି ରାଜ୍ୟରେ ୭୩୪ କରୋନା ପଜିଟିଭ ଚିହ୍ନଟ, ୪ମୃତ
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୩୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୨୪ ଜଣ ଓ ସ୍ଥାନୀୟ ସଂକ୍ରମଣ ୩୧୦ ରହିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଅନୁଗୁଳରୁ ୧୩, ବାଲେଶ୍ୱରରୁ ୩୦, ବରଗଡରୁ ୫, ଭଦ୍ରକରୁ ୧୦, କଟକରୁ ୯୧, ଢେଙ୍କାନାଳରୁ ୫, ଜଗତସିଂହପୁରରୁ ୩୨, ଯାଜପୁରରୁ ୨୯, ଝାରସୁଗୁଡାରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ସର୍ବାଧିକ ୩୩୫ ଜଣ, କୋରାପୁଟରୁ ୪, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨୭, ନୟାଗଡରୁ ୭, ନୂଆପଡାରୁ ୧, ପୁରୀରୁ ୧୭, ରାୟଗଡାରୁ ୪, ସମ୍ବଲପୁରରୁ ୭, ସୋନପୁରରୁ ୧, ସୁନ୍ଦରଗଡରୁ ୧୩ ଓ ରାଜ୍ୟପୁଲରୁ ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ୧୦୧ ଜଣ ପିଲା ରହିଛନ୍ତି ବୋଲି ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୧,୯୫୦ ରେ ପହଞ୍ଚିଛି । ଏହା ସହିତ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮୧୫୦ କୁ ବୃଦ୍ଧି ପାଇଛି ।
Powered by Froala Editor