Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ : ୨୦୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ, ୬୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ : ୨୦୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ, ୬୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

2021-09-23 04:54:05
15565
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ : ୨୦୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ, ୬୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ
 
ଜିଲ୍ଲାରେ ସାଢେ ଚାରି ଲକ୍ଷ ପରିବାର ପାଇବେ ହେଲ୍‌ଥ କାର୍ଡ
 
ଉତ୍ତମ ଚିକିତ୍ସା ସୁବିଧାରୁ କେହି ବଞ୍ଚିତ ନ ହେଉ, ଏହା ଆମର ଲକ୍ଷ୍ୟ - ମୁଖ୍ୟମନ୍ତ୍ରୀ 
 
ପ୍ରସିଦ୍ଧ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
 
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ବିକାଶ ପାଇଁ ସବୁ ସହଯୋଗ ଯୋଗାଇ ଦିଆଯିବ
 
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଜିଲ୍ଲାର ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗୀର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଟିଟିଲାଗଡରେ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାରଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
 
ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ପାଟଣାଗଡରେ ମୁଖ୍ୟମନ୍ତ୍ରୀ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ ।
 
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ ସ୍ମାର୍ଟ ହେଲ୍‌ଥ କାର୍ଡର ବ୍ୟବସ୍ଥା ସାଧାରଣ ଲୋକଙ୍କର ଚିକିତ୍ସା ବ୍ୟବସ୍ଥାରେ ରୂପାନ୍ତର ଆଣିପାରିବ ବୋଲି ମତ ଦେଇଥିଲେ। ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି । ଏଭଳି ବ୍ୟବସ୍ଥା କରିବାରେ ଓଡିଶା ସାରା ଦେଶର ଏକମାତ୍ର ରାଜ୍ୟ । ସାରା ଓଡିଶାରେ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ, ବଲାଙ୍ଗୀର ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
 
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଡ ପାଖରେ ରହିଲେ, ଚିକିତ୍ସା ପାଇଁ କୌଣସି ଡକୁମେଣ୍ଟ ଦରକାର ନାହିଁ । କେବଳ କାର୍ଡଟିକୁ ନେଇ ଲୋକମାନେ ଦେଶର ୨୦୦ ବଡ ବଡ ହସପିଟାଲରେ ବିନା ଖର୍ଚ୍ଚରେ ଗୁଣାତ୍ମକ ଚିକିତ୍ସା ପାଇପାରିବେ । ପରିବାର ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଏବଂ ମହିଳା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିପାରିବ।  
 
  ଟଙ୍କା ପାଇଁ କେହି ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହୁଅନ୍ତୁ, ଏହା ହିଁ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ପ୍ରତିଟି ଜୀବନ ତାଙ୍କ ପାଇଁ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତେ ସୁସ୍ଥରେ ରହିଲେ ହିଁ ରାଜ୍ୟର ପ୍ରଗତି ହୋଇପାରିବ।
 
ମୁଖ୍ୟମନ୍ତ୍ରୀ ପ୍ରଥମେ ଟିଟିଲାଗଡ ଗସ୍ତ କରି ସେଠାରେ ଅନେକ ନୂଆ ପ୍ରକଳ୍ପ ଆରମ୍ଭ କରିଥିଲେ । ଟିଟିଲାଗଡ-ସଇଁତଳା ବ୍ଲକ୍‌ରେ ସଂପୂର୍ଣ୍ଣ ହୋଇଥିବା ପାଇପ ପାଣି ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ଟିଟିଲାଗଡ ଟାଉନ୍‌କୁ ସବୁ ଘରକୁ ପାଇପ ପାଣି ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଥିଲେ ।
 
ପାଟଣାଗଡରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପ ମଧ୍ୟରେ ପ୍ରସିଦ୍ଧ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହରିଶଙ୍କର ପୀଠ ରାଜ୍ୟର ଏକ ଗୁରୁତ୍ବପୂର୍ଣ୍ଣ ତୀର୍ଥକ୍ଷେତ୍ର ହେବା ସହିତ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ । ଏଠାକୁ ଆସୁଥିବା ଭକ୍ତମାନଙ୍କୁ ଏକ  ସୁନ୍ଦର, ଆଧ୍ୟାତ୍ମିକ ଅନୁଭୂତି ଦେବା ପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ଏ ଅଞ୍ଚଳର ଧାର୍ମିକ ଓ ସାଂସ୍କୃତିକ ପରମ୍ପରାର ପ୍ରଚାର ପ୍ରସାର ବୃଦ୍ଧି  ହେବ ବୋଲି ସେ କହିଥିଲେ ।
 
ଶେଷରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ସେଠାରେ ମଧ୍ୟ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ଓ ସ୍ବାସ୍ଥ୍ୟ ହେଉଛି ଆମ ସବୁ ବିକାଶର ମୂଳଦୂଆ । ସେଥିପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ଦୁଇଟି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି । ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ସହିତ ସବୁ ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି। ୫-ଟିରେ ରାଜ୍ୟର ସ୍କୁଲ ଗୁଡିକର ରୂପାନ୍ତର କରାଯାଉଛି ଓ ପ୍ରଥମ ପର୍ଯ୍ୟାୟରେ ୧୦୭୨ଟି ସ୍କୁଲର ରୂପାନ୍ତର କରାଯାଉଛି ବୋଲି ସେ କହିଥିଲେ ।
 
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ  ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସନ୍ଥ ଭୀମଭୋଇ ମେଡିକାଲ କଲେଜ ପରେ ଏହା ହେଉଛି ଜିଲ୍ଲାର ଦ୍ବିତୀୟ ଗୁରୁତ୍ବପୂର୍ଣ୍ଣ ଅନୁଷ୍ଠାନ । ଏହାକୁ ଏକ ଆଦର୍ଶ ବିଶ୍ବବିଦ୍ୟାଳୟ ରୂପେ ଗଢିତୋଳିବା ପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।
 
ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହଯୋଗ କାମନା କରି ଏହାଦ୍ବାରା ବିକାଶ ଓ ସେବା ପାଇଁ ତାଙ୍କର ସଂକଳ୍ପ ଆହୁରି ମଜବୁତ ହେବ ବୋଲି ପ୍ରକାଶ କରିଥିଲେ ।
 
ଏହି କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ଶ୍ରୀ ବିକ୍ରମ କେଶରୀ ଆରୁଖ, ଶ୍ରୀ ନିରଞ୍ଚନ ପୂଜାରୀ, ଶ୍ରୀ ପଦ୍ମନାଭ ବେହେରା, ଶ୍ରୀ ସୁଶାନ୍ତ ସିଂ, ଶ୍ରୀ ନବ ଦାସ, 
 ଶ୍ରୀ ମତୀ ଟୁକୁନି ସାହୁ ଶ୍ରୀ ଦିବ୍ୟଶଙ୍କର ମିଶ୍ର, ସାସଦ ଶ୍ରୀମତୀ  ସଙ୍ଗୀତା ସିହଦେଓ    ବିଧାୟକ ଶ୍ରୀ ନରସିଂହ ମିଶ୍ର, ବିଧାୟକ ଶ୍ରୀ ସରୋଜ ମେହେର, ଶ୍ରୀ ସନ୍ତୋଷ ସିଂ ସାଲୁଜା,ଶ୍ରୀ ମୁକେଶ ମହାଲିଙ୍ଗ ଓଟିଡିସିର ଅଧ୍ୟକ୍ଷା ଶ୍ରମତୀ ଶ୍ରୀମୟୀ ମିଶ୍ର,  ଏବଂ ଅନେକ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ ।

Powered by Froala Editor

Tags Naveen pattnaik

Related articles Odisha News Lens 4.1

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14934
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15573
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14624
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14294
    Sep 10, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15253
    Sep 11, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13739
    Sep 09, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14774
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14804
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13451
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15253
    Sep 11, 2026
  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14294
    Sep 10, 2026
  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14934
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13631
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15737
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14562
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13873
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14678
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13785
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14662
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13451
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15573
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13739
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In