ରାଜ୍ୟରେ ଆଉ ୭ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଯାଜପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୧୫୭କୁ ବୃଦ୍ଧି ପାଇଛି । ଆଜି ଓଡିଶାର ଏସିବି ମେଡିକାଲରେ ଆଉ ଜେଣେ ଇକମୋ ଚିକିସôାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ।
ଏହା ସହିତ ଗତ ୨୪ଘଣ୍ଟରେ ରାଜ୍ୟରେ ୬୪୪ କରୋନା ପଜିଟିଭ ଚିହ୍ନଟ ହେଇଛନ୍ତି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୭୫ ଜଣ ଚିହ୍ନଟ ହୋିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୨୬୯ । ଏମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ବର୍ଗର ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଜଣ, କଟକରୁ ୭୭ ଓ ବାଲେଶ୍ୱରରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୨ହଜାର ୫୯୪କୁ ବୃଦ୍ଧି ପାଇଛି ।
Powered by Froala Editor