ନଭେମ୍ବର ୨୪ରୁ ଓଡ଼ିଶାରେ ହେବ ଜୁନିୟର ହକି ଓ୍ବାର୍ଲଡ କପ୍
କମ୍ପିବ କଳିଙ୍ଗ ଷ୍ଟାଡିୟମ । ଓଡ଼ିଶାରେ ହେବ ଜୁନିୟର ହକି ଓ୍ବାର୍ଲଡ କପ୍-୨୦୨୧। ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ଜୁନିଅର ପୁରୁଷ ହକି ବିଶ୍ବକପ୍ ଆୟୋଜନ କରିବାକୁ ଯାଉଛି ଓଡ଼ିଶା । ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଲୋଗୋ ଓ ଟ୍ରଫି ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତା'ସହିତ ଆରମ୍ଭ ହୋଇଛି କାଉଣ୍ଟ ଡାଉନ୍ ।
ଆସନ୍ତା ନଭେମ୍ବର ୨୪ ତାରିଖରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୁନିୟର ହକି ବିଶ୍ୱକପ୍ ଖେଳାଯିବ । ଏଥିରେ ୧୪ଟି ଟିମ୍ ଭାଗ ନେବେ । ଏଥର ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଏହି ଟୁର୍ଣ୍ଣାମେଣ୍ଟରୁ ଓହରି ଯାଇଛନ୍ତି ।
ସୂଚନାଯୋଗ୍ୟ, ଟୋକିଓ ଅଲିମ୍ପିକ୍ସ ପରେ ଓଡ଼ିଶା ସରକାର ୨୦୩୨ ଯାଏ ହକି ଇଣ୍ଡିଆର ପ୍ରାୟୋଜକ ରହିବ ବୋଲି ଘୋଷଣା କରିଛି। ୨୦୧୮ରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ପୁରୁଷ ହକି ବିଶ୍ୱକପ୍ ସଫଳତାପୂର୍ବକ ଆୟୋଜନ ହୋଇଥିଲା। ଯାହା ପରେ ଓଡ଼ିଶାରେ ମଧ୍ୟ ୨୦୨୩ ପୁରୁଷ ହକି ବିଶ୍ୱକପ୍ ଆୟୋଜନ ହେବା ନେଇ ମଧ୍ୟ ନିଷ୍ପତ୍ତି ହୋଇଥିଲା।
Powered by Froala Editor