ମେ’ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଦିଆଦିବ କରୋନା ଟିକା

କେନ୍ଦ୍ର ସରକାର ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା ଦେବା ନେଇ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫାର୍ମା କମ୍ପାନୀଙ୍କ ସହ ବୈଠକ ପରେ ସୋମବାର ଏହି ନିଷ୍ପତ୍ତି ନେଇଛନ୍ତି। ଟିକାକରଣ ନେଇ ୩ଟି ରଣନୀତି ପ୍ରସ୍ତୁତ କରିଛନ୍ତି ସରକାର। ଦେଶରେ କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଟିକାକରଣକୁ ନେଇ ବଡ଼ ଘୋଷଣା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଟିକା ଉତ୍ପାଦନକାରୀ କମ୍ପାନୀ ପ୍ରତି ମାସରେ ଯେତିକି ଟିକା ଉତ୍ପାଦନ କରିବେ ଏହାର ୫୦ ପ୍ରତିଶତ ସେଣ୍ଟ୍ରାଲ ଡ୍ରଗ ଲାବୋରେଟୋରୀକୁ ପ୍ରଦାନ କରାଯିବ। ବାକି ଟିକା ରାଜ୍ୟ ସରକାର ଏବଂ ଖୋଲା ବଜାରରକୁ ଯୋଗାଇ ପାରିବେ କମ୍ପାନୀ। ଏହା ସହିତ ମେ ୧ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯିବ ବୋଲି ସରକାର ଘୋଷଣା କରିଛନ୍ତି । ସେପଟେ କିନ୍ତୁ ଖୋଲା ବଜାରରେ ଉପଲବ୍ଧ ହେବାକୁ ଥିବା ଟିକାର ମୂଲ୍ୟ ପରବର୍ତ୍ତୀ ପର୍ଯ୍ୟାୟରେ ସ୍ଥିର କରାଯିବା ନେଇ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ଟିକାକରଣକୁ ରୋକିବା ପାଇଁ କେନ୍ଦ୍ର ସରକାର ଜାନୁଆରୀ ଆରମ୍ଭରୁ ଟିକାକରଣ ଆରମ୍ଭ କରିଛନ୍ତି। ପ୍ରଥମେ କୋଭିଡ ଯୋଦ୍ଧାଙ୍କୁ ଟିକା ଦେଇଥିଲେ ସରକାର। ଏହାପରେ ୬୦ରୁ ଅଧିକ ବୟସ ବ୍ୟକ୍ତିଙ୍କୁ ସରକାର ଟିକାକରଣରେ ସାମିଲ କରିଥିଲେ। ପରେ ୪୫ରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକାକରଣରେ ସାମିଲ୍ କରିଥିଲେ। ପରେ କେନ୍ଦ୍ର ସରକାର ସମସ୍ତ ପ୍ରାପ୍ତ ବୟସ୍କଙ୍କୁ ଟିକା ନେବାକୁ ଅନୁମତି ଦେଇଛନ୍ତି।
Powered by Froala Editor