ରାଜ୍ୟରେ କରୋନାରେ ୫ ମୃତ

ଭୁବନେଶ୍ୱର: ୨୪ ଘଣ୍ଟାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୪୭୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୫୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ନୂଆପଡ଼ା ଜିଲ୍ଲାରୁ ୩ଜଣ ଏବଂ କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୭୭ ହଜାର ୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୭ ହଜାର ୮୨୧ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୪୭ ହଜାର ୬୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୫୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।
Powered by Froala Editor