ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମାଡି ଆସୁଛି ବାତ୍ୟା 'ଗୁଲାବ' । ଆଜି ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରୁ ଭିସିଯୋଗେ କରିବେ ସମୀକ୍ଷା । ଦିନ ୧୧ଟା ୩୦ ମିନିଟରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବୈଠକରେ ଯୋଗ ଦେବେ ଏସଆରସି, ମୁଖ୍ୟ ଶାସନ ସଚିବ ଓ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳ ।
ରବିବାର ମଧ୍ୟରାତ୍ରରେ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏନେଇ ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଅତ୍ୟନ୍ତ ପ୍ରବଳ ବର୍ଷାର ଆଶଙ୍କା ରହିଛି । ବାତ୍ୟା ଲ୍ୟାଣ୍ଡଫଲ କରିବା ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଗଞ୍ଜାମ, ଶ୍ରୀକାକୁଲମ ଓ ବିଜୟନଗରମ ଜିଲ୍ଲାର ଉପକୂଳରେ ଅଧମିଟର ପର୍ୟ୍ୟନ୍ତ ଜୁଆର ଉଠିପାରେ । ତେଣୁ ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଏଥିପାଇଁ ଭୂସ୍ଖଳନ ଓ ଫ୍ଲାସ ଫ୍ଲଡ୍ ଆଶଙ୍କାରେ ୫ ଶହ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି।
Powered by Froala Editor