Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା

2021-09-26 07:58:33
15133
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା
ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ସର୍ବାଧିକ ଗୁରୁତ୍ବ ।
 
ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ  ଓ କୋଭିଡ଼ ନିୟମ ପାଳନରେ  ପ୍ରଶାସନ କୁ ସହଯୋଗ କରିବା ପାଇଁ ଜନସାଧାରଣ ଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ନିବେଦନ 
 
୪୨ଟି ଓଡ୍ରାଫ ଓ ୨୪ ଟି NDRF ଓ ୧୦୩ଟି ଅଗ୍ନିଶମ ଦଳ ନିୟୋଜିତ
 
ଆସନ୍ତାକାଲି ପ୍ରଭିବିତ ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ  
 
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବ ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ  ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ ।  ଆଜି ଅପରାହ୍ନ ସୁଦ୍ଧା ଗୁଲ୍‌ଆବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରିଯିବ ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।
 
ବାତ୍ୟା ୟାସ୍‌ ପରବର୍ତ୍ତୀ ସମୟରେ ଯେପରି ପ୍ରଭାବିତ ଅଞ୍ଚଳ ମାନଙ୍କରେ କୋଭିଡ ସଂଖ୍ୟା ବୃଦ୍ଧି ଘଟିଥିଲା, ତାକୁ ଦୃଷ୍ଟିରେ ରଖି ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରାଯିବା ତଥା ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଆସ୍କା, ଗୁଡାରୀ, ଗୁଣପୁର, କଡିନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁ ମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଥିଲେ ।
 
ବାତ୍ୟା ଆଶ୍ରୟସ୍ଥଳ ଗୁଡିକରେ ଭଲ ପିଇବା ପାଣି ସମେତ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା ସଂଗେ ସଂଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁ ମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
 
ମାଇକ ଯୋଗେ ଲୋକଙ୍କୁ ସଚେତନ କରିବା ସହ ସ୍ଥାନାନ୍ତର  ଆଶ୍ରୟସ୍ଥଳ ପରିଚାଳନା ତଥା ପୁନରୁଦ୍ଧାର କାର୍ଯ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ,ମି ଶନ ଶକ୍ତି ଗୋଷ୍ଠୀ, NGO. ଓ ସ୍ବଚ୍ଛାସେବୀମାନଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇଥିଲେ । ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
 
ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଯଥା ନିରାପଦ ସ୍ଥାନକୁ ସ୍ଥାନାନ୍ତର ଏବଂ କୋଭିଡ ନିୟମ ପାଳନ ଆଦି ବିଷୟରେ ପୂର୍ଣ୍ଣ ସହଯୋଗ କରବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପ୍ରଭାବିତ ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ NDRF, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଛି ବୋଲି ସୂଚନା ଦେଇଥିଲେ । ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା ସହିତ ସାମାଜିକ ଦୂରତା ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ସୂଚନା ଦେଇଥିଲେ ।   ଏହି ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲ୍ଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ଦେଇଥିଲେ । ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସଂଭାବନା ରହିଛି ବୋଲି ସେ ସତର୍କ କରାଇ ଦେଇଥିଲେ । ଆଜି ଅପରାହ୍ନ ୪ଟି ସୁଦ୍ଧା ସ୍ଥାନାନ୍ତର କାର୍ଯ୍ୟ ଶେଷ କରାଯିବ ବୋଲି ସେ ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ ।
 
ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ଏବଂ ବାତ୍ୟାର ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ ଓ ସେମାନଙ୍କର ଆବଶ୍ୟକତା ସଂପର୍କରେ ବୈଠକରେ ଜଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ  ବୈଠକ ପରିଚାଳନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ବୈଠରେ ଭାଗ ନେଇଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14223
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15811
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14374
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15250
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14187
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13639
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13970
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15417
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14115
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14187
    Aug 15, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14223
    Aug 14, 2026
  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13970
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17645
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14603
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14540
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14378
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15956
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16370
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14110
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13970
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15417
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14115
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In