ଭୟଙ୍କର ହେଉଛି କରୋନା ସ୍ଥିତି, ଦେଶରେ ପୁଣି କରୋନା ନେଲା ୧୭୬୧ ମୁଣ୍ଡ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଦେଶରେ ଆଜି ଦୈନିକ ସଂକ୍ରମଣ ୨,୫୯,୧୭୦ ଚିହ୍ନଟ ହେବା ପରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୯,୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭୬୧ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି। ନୂତନ ମୃତକଙ୍କୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆରୋଗ୍ୟ ଲାଭ କରିଛନ୍ତି ୧ ଲକ୍ଷ ୫୪ ହଜାର ୭୬୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୦ ଲକ୍ଷ ୩୧ ହଜାର ୯୭୭ ଜଣ।
Powered by Froala Editor