ମୁଖ୍ୟ ନିର୍ବାଚନ ଆୟୋଗ ସୁଶୀଲ ଚନ୍ଦ୍ରା, ନିର୍ବାଚନ କମିଶନର ରାଜୀବ କୁମାର କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶର ପୁଣି ଦୁଇ ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ ହୋଇଛନ୍ତି । ସେମାନେ ହେଲେ ନୂଆ ମୁଖ୍ୟ ନିର୍ବାଚନ ଆୟୋଗ ସୁଶୀଲ ଚନ୍ଦ୍ରା ଓ ନିର୍ବାଚନ କମିଶନର ରାଜୀବ କୁମାର । ଏହି ଦୁଇ ଅଧିକାରୀଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ଏହାପରେ ତୁରନ୍ତ ଚିକିତ୍ସା ଆରମ୍ଭ କରାଯାଇଛି । ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି । ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି । ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Powered by Froala Editor