ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ସୁନ୍ଦରଗଡ଼: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୁନ୍ଦରଗଡ଼ ସଦର ଥାନା ଜୁନାଡିହି ଗାଁରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା । ମୃତକ ହେଲେ ବାଚି ଓରାମ । ଏହି ଘଟଣାରେ ଦୁର୍ବୃତ୍ତମାନେ ତାଙ୍କ ସ୍ୱାମୀ ମଧୁ ଓରାମଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରିଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ମେଡିକାଲ୍କୁ ସ୍ଥାନାନ୍ତର କରାଯାଇଛି । ପୁଲିସ୍ ପହଞ୍ଚି ଶବ ଜବତ କରିବା ସହିତ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଖୁବ୍ଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ସଦର ଥାନା ଅଧିକାରୀ କହିଛନ୍ତି ।
Powered by Froala Editor