ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ନବୀନ ନିବାସ ସମ୍ମୁଖରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ତାର କାୟା ବିସ୍ତାର କରିଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ହେବାକୁ ଥିବା ବିଭିନ୍ନ ପରୀକ୍ଷାକୁ ସ୍ଥଗିତ କରାଯାଇଛି । କିଛି ଦିନ ପୂର୍ବରୁ ଦଶମ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଥିଲା । ଏହାରି ଭିତରେ ଏକ ବଡ଼ଖବର ସାମନାକୁ ଆସିଛି । ତାହା ହେଲା ନବୀନ ନିବାସ ସମ୍ମୁଖରେ ଏବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପହଞ୍ଚିଛନ୍ତି । ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କରିବା ପାଇଁ ଛାତ୍ରଛାତ୍ରୀ ପହଞ୍ଚିଛନ୍ତି । ବର୍ତ୍ତମାନ ସ୍ଥିତିକୁ ଦେଖି ପରୀକ୍ଷା ବାତିଲ ଘୋଷଣା କରିବାକୁ ଦାବି କରିଛନ୍ତି । ଛାତ୍ରଛାତ୍ରୀମାନେ ଗଣଶିକ୍ଷାମନ୍ତ୍ରୀଙ୍କୁ ବି ଭେଟି ଅନୁରୂପ ଦାବି କରିଛନ୍ତି । କରୋନା ସମୟରେ ପରୀକ୍ଷା ହେବ କି ନାହିଁ । ଯଦି ହେବ ତେବେ ଅନଲାଇନରେ ହେବ କି ଅଫଲାଇନରେ ହେବ ସେ ସମ୍ପର୍କିତ ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଛାତ୍ରଛାତ୍ରୀ ଦାବି କରିଛନ୍ତି ।
ପ୍ରକାଶ ଯେ, ଆଜି ଆଇସିଏସଇ ଦଶମ ପରୀକ୍ଷା ବାତିଲ କରାଯାଇଛି । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସିଆଇଏସସିଇ ନିଷ୍ପତ୍ତି ବଦଳାଇଛି । ଏପ୍ରିଲ ୧୬ରେ ଆଇସିଏସଇ ଦଶମ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ହୋଇଥିଲା । ନିଷ୍ପତ୍ତି ବଦଳାଇ ସିଆଇଏସସିଇ ପକ୍ଷରୁ ଆଇସିଏସଇ ଦଶମ ପରୀକ୍ଷାକୁ ବାତିଲ କରାଯାଇଛି । ମାତ୍ର ଆଇଏସସି ଦ୍ୱାଦଶ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ଏବେ ବି କାଏମ ରହିଛି ।
Powered by Froala Editor