ଆଜି ଖୋଲିବ ପିପିଲି ପେଡି
ଭୁବନେଶ୍ୱର : ଆଜି ପିପିଲି ଉପନିର୍ବାଚନର ଭୋଟ ଗଣତି ହେବ । ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ଭୋଟ ଗଣତି କରାଯିବା ପରେ ଇଭିଏମ ଭୋଟ ଗଣତି କରାଯିବ ।
ଦୁଇଟି ହଲରେ ଇଭିଏମ ଓ ଗୋଟିଏ ହଲରେ ପୋଷ୍ଟାଲ ଭୋଟ ଗଣତି ହେବ । ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ ଥିବାବେଳେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିବ । ଭୋଟ ଗଣତି ପାଇଁ ୬୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।
ଚଳିତ ଉପନିର୍ବାଚନରେ ୧୯୯୫ ପରେ ସର୍ବାଧିକ ମତଦାନ ହୋଇଛି । ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୨୯ ହଜାର ୯୧୮ ଭୋଟର ଥିବାବେଳେ ୭୮.୨୫ ପ୍ରତିଶତ ମତଦାନ କରିଛନ୍ତି । ୯୫ ହଜାର ୩୮୩ ଜଣ ପୁରୁଷ ଓ ୮୪ ହଜାର ୫୯୭ ଜଣ ମହିଳା ମତଦାନ କରିଛନ୍ତି । ମୋଟ ଉପରେ ୧ ଲକ୍ଷ ୭୯ ହଜାର ୯୮୦ ଜଣ ମତଦାନ କରିଥିବାବେଳେ କିଏ ବାଜିମାତ କରିବ ତାହାକୁ ନେଇ ଉକôଣ୍ଠା ଲାଗିରହିଛି ।
Powered by Froala Editor