ପ୍ରଥମ ରାଉଣ୍ଡରେ ୧୪୦୬ ଭୋଟରେ ଆଗୁଆ ବିଜେଡ଼ି
ଭୁବନେଶ୍ୱର : ପିପିଲି ଭୋଟ ଗଣତି ଜାରି ରହିଛି । ପ୍ରଥମ ରାଉଣ୍ଡରେ ବିଜେଡ଼ି ୧୪୦୬ ଖଣ୍ଡ ଭୋଟରେ ଆଗୁଆ ରହିଛି । ବିଜେଡ଼ିର ରୁଦ୍ର ପ୍ରସାଦ ମହାରଥି, ବିଜେପିର ଆଶ୍ରୀତ ପଟ୍ଟନାୟକ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ଭାଗ୍ୟ ନିର୍ଦ୍ଧାରଣ କରିସାରିଛନ୍ତି ପିପିଲି ଭୋଟର ।
ଦୁଇଟି ହଲରେ ଇଭିଏମ ଓ ଗୋଟିଏ ହଲରେ ପୋଷ୍ଟାଲ ଭୋଟ ଗଣତି ହେବ । ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ ଥିବାବେଳେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିବ । ଭୋଟ ଗଣତି ପାଇଁ ୬୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।
ଚଳିତ ଉପନିର୍ବାଚନରେ ୧୯୯୫ ପରେ ସର୍ବାଧିକ ମତଦାନ ହୋଇଛି । ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୨୯ ହଜାର ୯୧୮ ଭୋଟର ଥିବାବେଳେ ୭୮.୨୫ ପ୍ରତିଶତ ମତଦାନ କରିଛନ୍ତି । ୯୫ ହଜାର ୩୮୩ ଜଣ ପୁରୁଷ ଓ ୮୪ ହଜାର ୫୯୭ ଜଣ ମହିଳା ମତଦାନ କରିଛନ୍ତି । ମୋଟ ଉପରେ ୧ ଲକ୍ଷ ୭୯ ହଜାର ୯୮୦ ଜଣ ମତଦାନ କରିଥିବାବେଳେ କିଏ ବାଜିମାତ କରିବ ତାହାକୁ ନେଇ ଉତ୍କଣ୍ଠା ଲାଗିରହିଛି ।
Powered by Froala Editor