Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

Home ›› ››ବାଚସ୍ପତିଙ୍କ ନିର୍ବାଚନମଣ୍ଡଳୀରେ ମନରେଗା ଦୁର୍ନୀତି, ବିଧିବଦ୍ଧ ତଦନ୍ତ ପାଇଁ ବିଡିଓଙ୍କୁ ଲେଖିଲେ ଚିଠି

ବାଚସ୍ପତିଙ୍କ ନିର୍ବାଚନମଣ୍ଡଳୀରେ ମନରେଗା ଦୁର୍ନୀତି, ବିଧିବଦ୍ଧ ତଦନ୍ତ ପାଇଁ ବିଡିଓଙ୍କୁ ଲେଖିଲେ ଚିଠି

2021-10-04 06:14:10
15432
Share:
Facebook
Twitter
E-Mail
WhatsApp
Telegram
ବାଚସ୍ପତିଙ୍କ ନିର୍ବାଚନମଣ୍ଡଳୀରେ ମନରେଗା ଦୁର୍ନୀତି, ବିଧିବଦ୍ଧ ତଦନ୍ତ ପାଇଁ ବିଡିଓଙ୍କୁ ଲେଖିଲେ ଚିଠି


କୁକୁଡ଼ାଖଣ୍ଡି : ବିଧାନସଭା ବାଚସ୍ପତିଙ୍କ ନିର୍ବାଚନମଣ୍ଡଳୀରେ ମନରେଗା ଦୁର୍ନୀତି! ଏହିଭଳି ଏକ ଦୁର୍ନୀତି ପାଇଁ ଅସନ୍ତୋଷ ପ୍ରକାଶ କରିଛନ୍ତି ଖୋଦ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଏ ନେଇ ସେ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହିତ ବିଧିବଦ୍ଧ ତଦନ୍ତ ପାଇଁ ବିଡିଓଙ୍କୁ ଚିଠି ଲେଖିଥିବା ଜଣାପଡ଼ିଛି । ବାଚସ୍ପତିଙ୍କ ଚିଠିକୁ ନେଇ ଚର୍ଚ୍ଚା ଜୋର ଧରିଛି । ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକରେ ମନରେଗା ସମେତ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି । ଏହି ବ୍ଲକ ବାଚସ୍ପତି ଶ୍ରୀ ପାତ୍ରଙ୍କ ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ଅଧୀନରେ ଆସୁଛି । ଏହି ଦୁର୍ନୀତି ସମ୍ପର୍କରେ ଜାଣିବାପରେ ସେ ବିଡିଓଙ୍କୁ ଚିଠି ଲେଖିବା ସହିତ ବିଧିବଦ୍ଧ ତଦନ୍ତ ରିପୋର୍ଟ ଦେବାପାଇଁ ବିଡିଓଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ଚିଠିରେ ବାଚସ୍ପତି ଶ୍ରୀ ପାତ୍ର ଦର୍ଶାଇଛନ୍ତି, କୁକୁଡ଼ାଖଣ୍ଡି ବ୍ଲକ୍ ଅଧୀନ ବାଲିପଡ଼ା ଓ ବଉଳଝୋଳି ପଞ୍ଚାୟତରେ ମନରେଗା ଯୋଜନାରେ ଦୁର୍ନୀତି ହେଉଥିବା ତାଙ୍କ ନଜରକୁ ଆସିଛି । ଶ୍ରମ ଟଙ୍କା ପ୍ରକୃତ ହିତାଧିକାରୀଙ୍କ ଜମାଖାତାକୁ ଯାଇନି । ସେମାନଙ୍କ ବଦଳରେ ଭୂତ ଶ୍ରମିକଙ୍କ ଜମାଖାତାକୁ ଟଙ୍କା ପଠାଯାଇଛି । ଖାଲି ଏତିକି ନୁହେଁ, ମନେରଗା କାମରେ ଶ୍ରମିକଙ୍କୁ କାମରେ ନିୟୋଜିତ କରା ନଯାଇ ମେସିନ୍ ସାହାଯ୍ୟରେ କାର୍ଯ୍ୟ ହାସଲ ହୋଇଛି । ଆଉ ଟଙ୍କାକୁ ହଡ଼ପ କରାଯାଇଥିବା ଅଭିଯୋଗ ତାଙ୍କ ଦୃଷ୍ଟିକୁ ଆସିଛି । ତୁରନ୍ତ କାମରେ ନିୟୋଜିତ ହୋଇଥିବା ଶ୍ରମିକ ମାନଙ୍କ ନାମ, କାର୍ଡÿ ନମ୍ବର, ଠିକଣା, ପ୍ରଦାନ କରାଯାଇଥିବା ଅର୍ଥର ପରିମାଣ ଓ କାର୍ଯ୍ୟ ବିବରଣୀ ତୁରନ୍ତ ପ୍ରଦାନ କରିବାକୁ ବାଚସ୍ପତି ଚିଠି ମାଧ୍ୟମରେ ବିଡିଓଙ୍କୁ ନିଦେ୍ର୍ଧଶ ଜାରି କରିଛନ୍ତି । ଏହାସହ ଏ ସଂକ୍ରାନ୍ତରେ ସେ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିବା ଦର୍ଶାଇଛନ୍ତି । ବାଚସ୍ପତିଙ୍କ ଏହି ଚିଠିକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଜନପ୍ରତିନିଧି ଓ ଅଧିକାରୀମାନଙ୍କ ଭିତରେ ଛନକା ପଶିଛି । କାରଣ ଗତ ଅଗଷ୍ଟ ମାସରେ ପଞ୍ଚାୟତ ସମିତିର ଶେଷ ବୈଠକ ବସିଥିବା ବେଳେ ଏଥିରେ ବାଚସ୍ପତି ଯୋଗ ଦେଇଥିଲେ । ଆଉ ସରକାରୀ ଅଧିକାରୀ ଓ ଜନପ୍ରତିନିଧିଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ସତ ପ୍ରମାଣିତ ହେଲେ, ତୁରନ୍ତ ଗିରଫ କରାଯିବ ବୋଲି କହିଥିଲେ ।

 

ମନରେଗା ଦୁର୍ନୀତିରେ ବ୍ୟାପକ ଅନିୟମିତତାକୁ ନେଇ ବାଚସ୍ପତିଙ୍କ ଏହି ଚିଠି ମିଳିବା ପରେ ପ୍ରଶାସନ ଆଗକୁ କିଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ତାହା ଦେଖିବାକୁ ବାକି ରହିଛି । ତେବେ ଏନେଇ ବିଡିଓଙ୍କ ପ୍ରତିକ୍ରିୟା ନେବାକୁ ଚେଷ୍ଟା କରିଥିଲେ ବି ସେ ମୋବାଇଲ୍ ନ ଉଠାଇବାରୁ ଯୋଗାଯୋଗ ସମ୍ଭବପର ହୋଇପାରିନି । କୁକୁଡ଼ାଖଣ୍ଡି ବ୍ଲକର କେବଳ ଏହି ଦୁଇ ପଞ୍ଚାୟତ ନୁହେଁ, ଅନେକ ସ୍ଥାନରେ ମନେରଗା କାମରେ ମେସିନ୍ ବ୍ୟବହାର କରାଯାଇ କୋଟି କୋଟି ଟଙ୍କା ଆତ୍ମସାତ୍ ହେଉଛି । ଦକ୍ଷିଣପୁର, ଡେ଼ଙ୍ଗାପଦର ଓ ସିହଳା ପରି ବହୁତ ପଞ୍ଚାୟତରେ ଦୁର୍ନୀତି ସାମ୍ନାକୁ ଆସିଛି । ଏଣୁ ଏହାର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଦାବି ହୋଇଛି ।

Powered by Froala Editor

Tags Surya Narayan patra

Related articles Odisha News Lens 4.1

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13641
    Jul 04, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14719
    Jul 03, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13570
    Jul 03, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14729
    Jul 04, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14479
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15007
    Jul 02, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15426
    Jul 03, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15909
    Jul 02, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15535
    Jul 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15007
    Jul 02, 2026
  • ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14719
    Jul 03, 2026
  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15426
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14823
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14540
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14308
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15927
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15800
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15728
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15909
    Jul 02, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13641
    Jul 04, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14719
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In