ଗଜପତିବାସୀଙ୍କୁ ଏହା କହିଲେ ମୁଖ୍ୟମନ୍ତ୍ରୀ
ଗଜପତି: ଆଜି ଗଜପତି ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହା ସହ ୩୭ଟି ପ୍ରକଳ୍ପର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ଓ ଅନେକ ଉନ୍ନତିମୂଳକ କାର୍ଯ୍ୟକ୍ରମର ଲୋକାର୍ପଣ ଉସôବରେ ଯୋଗ ଦେଇଛନ୍ତି ।
ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଉନ୍ନତି ଆଣି ଏହି ସ୍ମାର୍ଟ ହେଲ୍ଥକାର୍ଡ କାର୍ଯ୍ୟକାରୀ କରିଛନ୍ତି । ଆଜି ଏହି କାର୍ଡ ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଗଜପତିବାସୀଙ୍କୁ କହିଛନ୍ତି ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିସôା ପାଇପାରିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ । ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିସôା ସୁବିଧା ଏହି କାର୍ଡରେ ମିଳିବ । ଏହି ନୂଆ ବ୍ୟବସ୍ଥାରେ ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି । କେବଳ କାର୍ଡ ଦେଖାଇଲେ ଚିକିସôା ସୁବିଧା ପାଇପାରିବେ ହିତାଧିକାରୀ । ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କାର୍ଡ ଜରିଆରେ ଚିକିସôା ସୁବିଧା ମିଳିବ ।
ଏହା ସହ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ସ୍ୱାସ୍ଥ୍ୟ ହିଁ ସମ୍ପଦ । ପରିବାରର କେହି ଅସୁସ୍ଥ ହୋଇ ରୋଗରେ ପଡିଗଲେ ଚିନ୍ତା ବଢିଯାଏ । କାରଣ ଚିକିସôା ପାଇଁ ଟଙ୍କା ଚିନ୍ତା ବଢାଇଥାଏ । ଏଥିପାଇଁ କିଏ ଜମି ବିକେ, କିଏ ପୁଣି ସୁନା ଗହଣା ବନ୍ଧା ପକାଏ । ଏପରିକି ଚିକିସôା ଖର୍ଚ୍ଚ ପାଇଁ କେହି କେହି ପିଲାଙ୍କର ପାଠପଢା ମଧ୍ୟ କରିଥାନ୍ତି । ଆଉ ଏକଥା ଜାଣିବା ପରେ ସେ ଅତ୍ୟନ୍ତ ଦୁଃଖ ପ୍ରକାଶ କରୁଥିଲେ । କିନ୍ତୁ ଏବେ ଏହି ସ୍ମାର୍ଟ କାର୍ଡ ଦୁଃଖ ଲାଘବ କରିବ । ରାଜ୍ୟବାସୀଙ୍କ ଚିକିସôା ପାଇଁ ରାଜ୍ୟ ସରକାର ଟଙ୍କା ଖର୍ଚ୍ଚ କରୁଛନ୍ତି । ତେଣୁ ଚିକିସôା ବାବଦ ଟଙ୍କାକୁ ସଞ୍ଚୟ କରିବା ସହ ପିଲାଙ୍କ ପାଠପଢା ଓ ଘର ପିଛା ଖର୍ଚ୍ଚ କରିପାରିବେ । ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ, ସେ ଚାଷୀ ହେଉ କି ମୂଲିଆ ହେଉ କି ଛୋଟ ଦୋକାନୀ, ସମସ୍ତଙ୍କ ଜୀବନ ମୂଲ୍ୟବାନ । ସମସ୍ତେ ସୁସ୍ଥ ରୁହନ୍ତୁ, ଚିକିସôା ପାଇଁ ଟଙ୍କା କେବେ ବାଧକ ନହେଉ । ପ୍ରତି ପରିବାରର ଉନ୍ନତିରେ ରାଜ୍ୟର ଉନ୍ନତି ବୋଲି ନବୀନ କହିଛନ୍ତି ।
Powered by Froala Editor