ଆଜି ରାଜ୍ୟରେ ୩ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଆଜି ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତୁ୍ୟ ସଂଖ୍ୟା ୮୨୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୫୯୦ଜଣ ଓ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୧୦ଲକ୍ଷ ୧୫ହଜାର ୬୦୮ଜଣ ।
ଗତ ୨୪ଘଣ୍ଟାରେ ରାଜ୍ୟରେ ୪୫୩ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୬୫ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୮୮ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୫୩ ଜଣ ରହିଛନ୍ତି ।
Powered by Froala Editor