୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ପୁଣି ୪ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣ ଓଏଏସ ଅଫିସର ଥିବାବେଳେ ଜଣେ ଜିଲ୍ଲା ସବ ରେଜିଷ୍ଟ୍ରାର ଥିବା ଜଣାଯାଇଛି । ଅନ୍ୟଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀଙ୍କୁ ବି ବାଧ୍ୟତାମୂଳକ ଅବସର ଦିଆଯାଇଛି । ଦୁର୍ନୀତି ଓ ଅପାରଗତା ପାଇଁ ରାଜ୍ୟ ସରକାର ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।
ତେବେ କେଉଁମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଜାଣନ୍ତୁ-
୧-ଅନୁଗୁଳ ଡେପୁଟୀ କଲେକ୍ଟର ଜାନକୀନାଥ ମିଶ୍ର
୨-ଗଜପତି ଜିଲ୍ଲା ନୂଆଗଡ଼ ତହସିଲଦାର ଆକୁଳ ମଲ୍ଲିକ
୩-ଢେଙ୍କାନାଳ ଜିଲ୍ଲା ସବ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥୀ
୪-ପୂର୍ବତନ ନୂଆପଡ଼ା ଜିଲ୍ଲା ପ୍ରାଣୀ ସମ୍ପଦ ଅଧିକାରୀ ତ୍ରିଲୋଚନା ଧଳ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।
ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ରାଜ୍ୟର ୪ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
Powered by Froala Editor