ରାଜ୍ୟରେ ୫୯୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପର ତଳକୁ ହେଉଛି ସଂକ୍ରମଣ ଗ୍ରାଫ୍। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୯୩ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୮୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୪୬ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୪୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୯ ହଜାର୪୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୬୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୧୬ ହଜାର ୧୬୫ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor