ରେଳମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, କାହିଁକି ଜାଣନ୍ତୁ ?
ଭୁବନେଶ୍ବର: ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସକୁ ଖଐଈ କୋଚରେ ପରିଣତ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି । ଏହି ଚିଠି ଲେଖିଲେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜଧାନୀ ଏକ୍ସପ୍ରେସ ଭଳି ପୁରୀ-ହାଟିଆ-ପୁରୀ ତପସ୍ବିନୀ ଏକ୍ସପ୍ରେସକୁ ଲିଙ୍କ ହଫମେନ୍ ବୁଶ (LHB ) କୋଚରେ ପରିଣତ କରିବା ଦିଗରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ପତ୍ର ଜରିଆରେ ନିବେଦନ କରିଛନ୍ତି ଧର୍ମେନ୍ଦ୍ର । କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ନିକଟରେ ଓଡ଼ିଶା ଗସ୍ତରେ ସେ ଭୁବନେଶ୍ବରରୁ ରେଢ଼ାଖୋଲ ପର୍ୟ୍ୟନ୍ତ ପୁରୀ-ହାଟିଆ-ପୁରୀ ତପସ୍ବିନୀ ଏକ୍ସପ୍ରେସରେ ଯାତ୍ରା କରିଥିଲେ ଏବଂ ଏହି ସମୟରେ ଅନେକ ସହଯାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଏହି ଆଲୋଚନା କାଳରେ ଯାତ୍ରୀମାନେ ଏହି ଟ୍ରେନରେ (LHB ) କୋଚ ଆରମ୍ଭ କରିବା ପାଇଁ ଦୀର୍ଘ ଦିନର ଦାବି ଥିବା ଜଣାଇଥିଲେ ।
Powered by Froala Editor