ଖେରି ହିଂସାକାଣ୍ଡ :ନିଜ ଆଡ଼ୁ ଶୁଣାଣି କରିବେ ସୁପ୍ରିମକୋର୍ଟ

ଉତ୍ତରପ୍ରଦେଶର ଲଖିପୁର ଖେରି ହିଂସାକାଣ୍ଡ ଘଟଣାରେ ସୁପ୍ରିମକୋର୍ଟ ନିଜଆଡ଼ୁ ଶୁଣାଣି ପାଇଁ ନିଷ୍ପତ୍ତି ନେଇଛନ୍ତି । ଗୁରୁବାର ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା ଏହି ମାମଲାର ଶୁଣାଣି କରିବେ ।
ଖେରୀ ହିଂସା ଘଟଣାରେ ପ୍ରାଣ ହରାଇଥିବା ୮ ଜଣଙ୍କୁ ନେଇ ମାମଲା ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଛି। କେନ୍ଦ୍ର ସରକାରଙ୍କ ନୂତନ କୃଷିନୀତିକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା କୃଷକମାନଙ୍କ ଉପରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଗାଡ଼ି ଚଢ଼ାଇଦେବା ଅଭିଯୋଗ ହୋଇଥିଲା। ଏଥିରେ ପ୍ରଥମେ ଘଟଣାସ୍ଥଳରେ ଦୁଇଜଣ କୃଷକଙ୍କର ମୃତ୍ୟୁ ଘଟି ଥିଲା। ଏହି ଘଟଣାକୁ କେନ୍ଦ୍ରକରି ତୀବ୍ର ଅସନ୍ତୋଷ ଓ ଉତ୍ତେଜନା ପ୍ରକାଶ ପାଇଥିଲା।
ସୁପ୍ରିମକୋର୍ଟ ଏହି ମାମଲାରେ ହସ୍ତକ୍ଷେପ କରନ୍ତୁ ବୋଲି ଆଜି ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ ଟ୍ବିଟ କରି ଅନୁରୋଧ କରିଥିଲେ । ସୁପ୍ରିମକୋର୍ଟ ମାମଲାରେ ହସ୍ତକ୍ଷେପ କରିବାକୁ ଅନୁରୋଧ ବୋଲି ସେ ଟୁଇଟ କରିଥିଲେ ।
Powered by Froala Editor