ଆଜି ରାଜ୍ୟରେ ୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଆଜି ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୨୩୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବାବେଳେ ଢେଙ୍କାନାଳ, ଜଗତସିଂହପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ରହିଛିନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏହା ସହିତ ରାଜ୍ୟରେ ଆଜି ସୁସ୍ଥ ହୋଇଛନ୍ତି ୪୨୯ ଜଣ । ଏହାକୁ ମିଶାଇ ରାଜ୍ୟ ମୋଟ ସୁସ୍ଥତା ହାର ୧୦ଲକ୍ଷ ୧୬ହଜାର ୫୯୪କୁ ବୃଦ୍ଧି ପାଇଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୫୨୮ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୩୭ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୨୪୫ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୮୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୯ହଜାର ୯୯୪କୁ ବୃଦ୍ଧି ପାଇଛି ।
Powered by Froala Editor