୧୦ରେ ଲଘୁଚାପ, ସମୁଦ୍ରରେ ଅଧିକ ଦିନ ରହି ହେବ ଶକ୍ତିଶାଳୀ !
ଭୁବନେଶ୍ୱର: ପ୍ରାୟ ୧୫ତାରିଖ ଆଡକୁ ବାତ୍ୟାର ଆଶଙ୍କା ଦେଖାଦେଇଛି । ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରି କହିଛି ଆସନ୍ତା ୧୦ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପକ୍ଷେତ୍ର ସୃଷ୍ଟି ହେବ, ଏବଂ ୪ରୁ ୫ଦିନ ଧରି ଏହା ସମୁଦ୍ରରେ ରହିବ । ଏହାପରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ ।
ଦୁର୍ଗାପୂଜା ବେଳେ ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ବାତ୍ୟା ! ସମୁଦ୍ରରେ ଅଧିକ ଦିନ ରହି ହେବ ଶକ୍ତିଶାଳୀ ! ଅକ୍ଟୋବରରେ ଓଡିଶାକୁ ବତ୍ୟା ଭୟ । ଏହା ପୂର୍ବରୁ ମହାବାତ୍ୟା ହୁଡହୁଡ, ଫାଇଲିନ, ତିତିଲି ବାତ୍ୟା ଅକ୍ଟୋବରରେ ଓଡିଶା ଆସି ବ୍ୟାପକ କ୍ଷୟକ୍ଷତି କରିଛି । ପୁଣି ଚଳିତ ମାସ ୧୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଅନ୍ୟପଟେ ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରୁଛନ୍ତି ଏହି ଲଘୁଚାପ ସମୁଦ୍ରରେ ବାତ୍ୟାର ରୂପ ନେଇ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ ।
ଅନ୍ତର୍ଜାତୀୟ ପାଣିପାଗ ମଡେଲର ଆକଳନ ଅନୁସାରେ ଆସନ୍ତା ୧୦ ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇ କ୍ରମେ ଅବପାତର ରୂପ ନେବ । ଏହାପରେ ସମୁଦ୍ରରେ ୪ରୁ ୫ ଦିନ ରହିବାର ସମ୍ଭାବନା ରହିଛି । ତେଣୁ ଏହି ବାତ୍ୟା ସମୁଦ୍ରରେ ବଳ ଗୋଟାଇ ସ୍ଥଳଭାଗକୁ ପ୍ରବେଶ କରିବା ଆଶଙ୍କା କରାଯାଉଛି ।
Powered by Froala Editor