ଆଜି ଜନ୍ମି ଥିଲେ ଉକôଳମଣି ଗୋପବନ୍ଧୁ, ଥିଲେ ଓଡିଶାବାସିଙ୍କ ହୃଦୟ
ଭୁବନେଶ୍ୱର: ଆଜି ହେଉଛି ଅକ୍ଟାବର ୯ତାରିଖ ଅର୍ଥାଥ ଉକôଳମଣି ଗୋପବନ୍ଧୁଙ୍କ ଜନ୍ମଦିବସ । ୧୮୭୭ ମସିହା ଆଜିର ଦିନରେ ସୁଆଣ୍ଡୋ ସନ୍ଥ, ଉକôଳର ଦରଦୀ ବନ୍ଧୁ , ଓଡିଶାର ସ୍ୱାଭିମାନର ପ୍ରତୀକ ଉକôଳମଣି ଗୋପବନ୍ଧୁ ଦାସ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ କୂଳ ପ୍ରଦୀପ ଜଳାଇ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ ରେଭେନ୍ସା ମହାବିଦ୍ୟାଳୟରେ ଅଧ୍ୟୟନ କରିଥିଲେ । ତୁଳସୀ ଦୁଇ ପତ୍ରରୁ ବାସିଲା ପରି ଛୋଟବେଳୁ ସେ ଫୁଟି ଉଠିଥିଲେ । ଦେଶପ୍ରେମ ତାଙ୍କ ମନରେ ଜାଗ୍ରତ ହୋଇଥିଲା । ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ସେ ଅନୁପ୍ରାଣିତ ହୋଇ ସ୍ୱାଧୀନତା ସଂଗ୍ରାମରେ ଗ୍ରହଣ କରିଥିଲେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ।
ଗୋପବନ୍ଧୁ ଦାସ ଆଧୁନିକ ଯୁଗର ପଞ୍ଚସଖାମାନଙ୍କ ମଧ୍ୟରୁ ଅନ୍ୟତମ । ମଧୁସୂଦନ ରାଓଙ୍କ ନିଷ୍ପତି କ୍ରମେ ତାଙ୍କ ନେତୃତ୍ୱରେ ପଞ୍ଚସଖାମାନେ ମିଶି ସାକ୍ଷୀଗୋପାଳର ବକୁଳ ଓ ଛୁରିଆନା କୁଞ୍ଜରେ ୧୯୦୫ ମସିହାରେ ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ । ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା ।
୧୯୧୮ରୁ ୧୯୨୦ ମଧ୍ୟରେ ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି ତାଙ୍କୁ ମର୍ମାହତ କରିଥିଲା । କିନ୍ତୁ ସେ ଚୁଡ଼ା, ଚାଉଳ ଧରି ପ୍ରପୀଡ଼ିତ ଅଞ୍ଚଳରେ ବାଣ୍ଟିଥିଲେ । ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ ସେ ପୁରୀ ସେବା ସମିତି ପ୍ରତିଷ୍ଠା କରିଥିଲେ । ଏହିଭଳି ଜନନାୟକଙ୍କୁ ଜୟନ୍ତୀ ଅବସରରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ।
Powered by Froala Editor