ଫେରୁଛି ମୌସୁମୀ : କିଛି ସ୍ଥାନରେ ବର୍ଷା ସମ୍ଭାବନା
ବର୍ଷାରେ ଭିଜିବ ପାର୍ବଣ । ରାଜ୍ୟର ଉତ୍ତର ଓ ଉପକୂଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରାଯାଇଛି । ଗତକାଲି (୧୨, ନଭେମ୍ବର) ସୁଦ୍ଧା ରାଜ୍ୟର ୧୧ଟି ଜିଲ୍ଲାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ରୂପେ ପ୍ରତ୍ୟାହାର ହୋଇସାରିଥିବା ବେଳେ ଆଜି ଦୁଇଟି ଜିଲ୍ଲାର ଅଧିକାଂଶ ଅଞ୍ଚଳରୁ ଓ ଛଅଟି ଜିଲ୍ଲାର କେତେକ ଅଞ୍ଚଳରୁ ପ୍ରତ୍ୟାହାର ପ୍ରକ୍ରିୟା ଜାରି ରହିଛି। ଅବଶିଷ୍ଟ ଉପକୂଳବର୍ତ୍ତୀ ୧୧ଟି ଜିଲ୍ଲାରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇ ନଥିଲେ ସୁଦ୍ଧା ଆସନ୍ତା କାଲି ସୁଦ୍ଧା ମୌସୁମୀ ବାୟୁର ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ ହୋଇଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ, ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନାରେ କୁହାଯାଇଛି।
Powered by Froala Editor