କଟକ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁନିଭରସିଟି ଗ୍ରାଂଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି । ଏନେଇ ଟୁଇଟ୍ କରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ୟୁଜୁସି ଅଧିନିୟମ 1956, ଧାରା 2(ଏଫ୍) ଅନୁଯାୟୀ ୟୁଜିସି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେଇଛି ବୋଲି ସେ କହିଛନ୍ତି । ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ ବୋଲି ମତ ପ୍ରକାଶ କରିଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ । ଓଡିଶାରେ ଆଇନଜୀବୀ ଛାତ୍ରମାନେ ଏହା ଦ୍ୱାରା ଫଳପ୍ରଦ ପାଇବା ସହ ଆଗାମୀ ଦିନରେ ଅଧିକ ଶିକ୍ଷଣୀୟ ତଥ୍ୟ ହାସଲରେ ସହାୟକ ହେବ ।
କଟକ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଓଡ଼ିଶାର ଏକ ପୁରାତନ ଶିକ୍ଷାନୁଷ୍ଠାନ । ଏହି ବିଶ୍ୱବିଦ୍ୟାଳୟ ୟୁଜିସି ମାନ୍ୟତା ପାଇବା ପରେ ଅଧିକ କ୍ରିୟାଶୀଳ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ ଏବଂ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି ବୋଲି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ।
Powered by Froala Editor