ଧାର୍ଯ୍ୟ ହେଲା କୋଭିସିଲଡ ଦର
ରାଜ୍ୟ ସରକାରଙ୍କ ପାଇଁ ଡୋଜ ପିଛା ଦର ୪୦୦ ଟଙ୍କା
ଘରୋଇ ହସ୍ପିଟାଲ ପାଇଁ ଡୋଜ ୬୦୦ ଟଙ୍କା
ନୂଆଦିଲ୍ଲୀ: ଯେତିକି ସମୟ ଗଡୁଛି, ସଂକ୍ରମିତ ତାଲିକା ସେତିକି ଲମ୍ବୁଛି । କରୋନା ମାନଚିତ୍ରର ରଙ୍ଗ ଧୀରେ ଧୀରେ ବଦଳିବାରେ ଲାଗିଛି । ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା କୋଭିସିଲଟ ଟିକା ପାଇଁ ଦର ଧାର୍ଯ୍ୟ କରିଛି ସେରମ ଇନଷ୍ଟିଚୁ୍ୟଟ। ରାଜ୍ୟ ସରକାରଙ୍କ ପାଇଁ ଟିକା ଡୋଜ ପିଛା ଦର ୪୦୦ ଟଙ୍କା ଧାର୍ଯ୍ୟ ହୋଇଛି । ସେହିପରି ଘରୋଇ ହସ୍ପିଟାଲ ପାଇଁ ଟିକା ଡୋଜ ୬୦୦ ଟଙ୍କା ଧାର୍ଯ୍ୟ କରାଯାଇଛି । ଟିକା ଦର ନେଇ ସେରମ ସିଇଓ ଅଦର ପୁନାୱାଲା ପକ୍ଷରୁ ସୂଚନା ଦିଆଯାଇଛି ।
ପ୍ରକାଶ ଯେ, ଟିକାକରଣକୁ ଗତିଶୀଳ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ନିୟମ କରାଯାଇଛି । ରାଜ୍ୟ ସରକାର ଓ ଘରୋଇ ହସ୍ପିଟାଲକୁ ଟିକା ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି । ଟିକ ଉପôାଦକ ରାଜ୍ୟ ଓ ଘରୋଇ ହସ୍ପିଟାଲକୁ ୫୦ ପ୍ରତିଶତ ଦେଇପାରିବେ । ମେ ୧ରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତି ଟିକା ନେଇପାରିବେ ବୋଲି ପୂର୍ବରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।
Powered by Froala Editor