Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ...

  • ଭାଇରାଲ ହେବାରେ ଲାଗିଛି ରାଜା ...

  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ...

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

  • ଭାରି ଲାଭକାରୀ ଭୃସଙ୍ଗପତ୍ର

  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ...

  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ...

  • ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ...

  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ...

  • ୪ ଘଣ୍ଟା ChatGPT ଡାଉନ୍

ମନୋରଞ୍ଜନ
Home ›› ମନୋରଞ୍ଜନ ››୧୪ରେ ମୁକ୍ତି ଲାଭ କରୁଛି "ମନ ମୋ ନେଇ ଗଲୁରେ' ଅଡିଓ ରିଲିଜ୍‌ରେଏକାଠି ହେଲେ କଳାକାର ଉନ୍ମୋଚିତ ହେଲା ଏସ୍‌ଆର୍‌ଏମ୍ ମ୍ୟୁଜିକ୍ ଲୋଗୋ

୧୪ରେ ମୁକ୍ତି ଲାଭ କରୁଛି "ମନ ମୋ ନେଇ ଗଲୁରେ' ଅଡିଓ ରିଲିଜ୍‌ରେଏକାଠି ହେଲେ କଳାକାର ଉନ୍ମୋଚିତ ହେଲା ଏସ୍‌ଆର୍‌ଏମ୍ ମ୍ୟୁଜିକ୍ ଲୋଗୋ

2021-10-14 06:52:16
15368
Share:
Facebook
Twitter
E-Mail
WhatsApp
Telegram
୧୪ରେ ମୁକ୍ତି ଲାଭ କରୁଛି

ଭୁବନେଶ୍ୱର  : ଦଶହରା ସିନେ ବଜାରରେ ଧମାକା କରିବାକୁ ପ୍ରେକ୍ଷାଳୟକୁ ଆସୁଛି ଓଡ଼ିଆ ଚଳଚ୍ଚିତ୍ର ‘ମନ ମୋ ନେଇଗଲୁ ରେ’ । ସୁମା ରିଅଲ୍ ମିଡିଆର ଦ୍ୱିତୀୟ ଅବଦାନରେ ପ୍ରସ୍ତୁତ ପ୍ରଫେସର (ଡ.) ମନୋଜରଞ୍ଜନ ନାୟକଙ୍କ ନିବେଦିତ ଏହି ଚଳଚ୍ଚିତ୍ରଟି ରାଜ୍ୟର ବିଭିନ୍ନ ହଲ୍‌ରେ ଆସନ୍ତା ୧୪ରେ ମୁକ୍ତିଲାଭ କରୁଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆଇବିସିଏସ୍ କ୍ୟାମ୍ପସ୍ ସମ୍ମିଳନୀ କକ୍ଷରେ ଏହାର ଅଡିଓ ରିଲିଜ୍ ହୋଇଯାଇଛି । ଏହି ଅବସରରେ ଚଳଚ୍ଚିତ୍ରର ରିଲିଜ୍ ତାରିଖ ଘୋଷଣା ହୋଇଛି ।ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚଳଚ୍ଚିତ୍ରର ସଫଳତା କାମନା ପୂର୍ବକ ଅଡିଓ ରିଲିଜ୍ କରିଥିଲେ । ଏଥି ସହିତ ସୁମା ରିଅଲ୍ ମିଡିଆର ମ୍ୟୁଜିକ୍ ଚ୍ୟାନେଲ୍ ‘ଏସ୍‌ଆର୍‌ଏମ୍‌’ର ଲୋଗୋ ମଧ୍ୟ ଉନ୍ମୋଚନ କରିଥିଲେ ।

    

ପ୍ରାରମ୍ଭିକ କାର୍ଯ୍ୟକ୍ରମ ପରେ ସିନେ ନିର୍ମାଣ ଟିମ୍ ଚଳଚ୍ଚିତ୍ର ସମ୍ପର୍କରେ ଅନୁଭୂତି ବଖାଣି ଥିଲେ । ଏହି ଅବସରରେ ସୁମା ରିଅଲ୍ ମିଡିଆର ସିଇଓ ତଥା ସିନେମାର ପ୍ରଯୋଜକ ସୁନୀଲ ଦାସ କହିଥିଲେ ଯେ ପ୍ରଫେସର ନାୟକଙ୍କ ପ୍ରେରଣା ଓ ତତ୍ୱ୍ୱାବଧାନରେ ଏହି ଚଳଚ୍ଚିତ୍ରଟି ନିର୍ମାଣ ହୋଇଛି । ଏହା ସଂସ୍ଥାର ଦ୍ୱିତୀୟ ଚଳଚ୍ଚିତ୍ର । ପ୍ରଥମ ଚଳଚ୍ଚିତ୍ର ଥିଲା ‘ଫେରିଆ’ ।  ଯାହକିି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ୬ଟି ପୁରସ୍କାର ପାଇବା ସହ ସଫଳତା ସାଉଁଟି ଥିଲା ।

    

ଚଳଚ୍ଚିିତ୍ରର କାହାଣୀକାର ଦିଲ୍ଲୀପ କୁମାର ଦାସ କହିଛନ୍ତି, ଏଥିରେ ଅନେକ ସାମାଜିକ ବାର୍ତା ରହିଛି । ତା’ ସହିତ କଲେଜ ଜୀବନରେ ପିଲାମାନେ କିପରି ଚାକଚକ୍ୟ ଭିତରେ ନିଜ ଭବିଷ୍ୟତ ସହ ଖେଳନ୍ତି, ତାହା ଚିତ୍ରଣ କରାଯାଇଛି । ଯାହାକୁ ଦେଖି ସେନ୍‌ସର୍ ବୋର୍ଡ ସଦସ୍ୟ ବହୁ ପ୍ରଶଂସା କରିଛନ୍ତି । ସିନେମାର ନିର୍ଦ୍ଦେଶକ ତଥା ଓଲିଉଡ ଗିମିକ୍ ମାଷ୍ଟର୍ ଡ. ସଞ୍ଜୟ ନାୟକ କହିଛନ୍ତି, ଚଳଚ୍ଚିତ୍ରର ପ୍ରତ୍ୟେକ ଦିଗକୁ ଗୁରୁତ୍ୱ ଦିଆଯାଇଛି । କଳାକାର ଚୟନ, ସଙ୍ଗୀତ, କାହାଣୀ, ପୋଷାକ, ଲୋକେସନ୍ ଓ ନିର୍ଦ୍ଦେଶନା ସବୁ ଦିଗପ୍ରତି ଧ୍ୟାନ ଦିଆଯାଇଛି । କରୋନା କାରଣରୁ ଦୀର୍ଘସମୟ ପ୍ରେକ୍ଷାଳୟ ବନ୍ଦ ରହିଥିଲା ।ଏବେ ସ୍ଥିତି କିଛିଟା ସାଧାରଣ ହେବାକୁ ଯାଉଛି । ତେଣୁ ଦଶହରାରେଏହି ଚଳଚ୍ଚିତ୍ର ବ୍ୟବସାୟିକ ସଫଳତା ପାଇବ ବୋଲି ଆଶା କରାଯାଏ । ସବୁ ରେକର୍ଡ ଭାଙ୍ଗି ଏକ ନୂଆ କୀର୍ତିମାନ ସ୍ଥାପନ ହେବ ବୋଲି ପୁରା ଟିମ୍ ଆଶାବାଦୀ ଅଛନ୍ତି । ସିନେମାର ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାସ କହିଛନ୍ତି, ମୋ କ୍ୟାରିଅରର ପ୍ରଥମ ସିନେମା ଦଶହରା ପୂଜାରେ ରିଲିଜ୍ ହେଉଛି । ଏଥିପାଇଁ ମୁଁ ଯେତିକି ଉତ୍ସାହିତ ତା’ଠୁ ବେଶି ଖୁସି ଦୀର୍ଘଦିନ ପରେ ପୁଣି ପ୍ରେକ୍ଷାଳୟ ପୂରି ଉଠିବାକୁ ଯାଉଛି । ସିନେମାର ଶୀର୍ଷକ ସଙ୍ଗୀତକୁ ମିଶାଇ ମୋଟ୍ ୪ଟି ଗୀତ ରହିଛି । ଚେଷ୍ଟା କରିଛି ପ୍ରତିଟି ଗୀତ ଭିନ୍ନ କରିବାକୁ । କାରଣ ଡ. ସଞ୍ଜୟ ନାୟକଙ୍କ ସିନେମା ମାନେ ଗୀତ ନିଶ୍ଚୟ ହିଟ୍ ଏବଂ ନିଆରା ହେବା ଆବଶ୍ୟକ । ତେଣୁ ସେହି ବିଶ୍ୱାସ ଓ ଭରସା ରଖି ଭଲପାଇବା ଦେବେ ବୋଲି ଆଶା । ଏହାର ଗୀତ ରଚନା କରିଛନ୍ତି ଅରୁଣ ମନ୍ତ୍ରୀ, ତପୁ ନାୟକ, ପ୍ରମୋଦ ପରିଡ଼ା ଓ ନିଜେ ଡ. ସଞ୍ଜୟ ନାୟକ । ଗାଇଛନ୍ତି ହ୍ୟୁମାନ୍ ସାଗର, ଗୌରବ, କୁଲଦୀପ, ଅସୀମା ପଣ୍ଡା, ଅନ୍ତରା, ଜ୍ୟୋତିର୍ମୟୀ ଓ ପ୍ରଜ୍ଞା । ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ଲୁବୁନ୍‌-ଟୁବୁନ୍ । ମୁଖ୍ୟ ଭୂମିକାରେ ଜ୍ୟୋତି ଓ ଭୂମିକା ଥିଲାବେଳେ ଅନ୍ୟ ମାନଙ୍କ ମଧ୍ୟରେ କୁନା ତ୍ରିପାଠୀ, ପୁଷ୍ପା ପଣ୍ଡା, ବିରାଜ ଦାସ, ଗୁଡ୍ଡୁ, ଦିଲ୍ଲୀପ ଦାସ, ବିଜୁ ବଡ଼ଜେନା, ପ୍ରଦ୍ୟୁମ୍ନ ଲେଙ୍କା, ପିନାକୀ ନାୟକ, ଧରିତ୍ରୀ ଓ ଅନ୍ୟମାନେ ରହିଛନ୍ତି । ଡ. ସଞ୍ଜୟ ନାୟକ ସିନେମାର ସଂଳାପ ସାଙ୍ଗକୁ ଚିତ୍ରନାଟ୍ୟ ମଧ୍ୟ ପ୍ରସ୍ତୁତ କରିଛନ୍ତି । କ୍ୟାମେରା ପରିଚାଳନା ଚେନ୍ନାଇର ଏସ୍‌. ରଞ୍ଜନ କରିଥିବା ବେଳେ ସମ୍ପାଦନା କରିଛନ୍ତି ରଞ୍ଜନ କୁମାର ଖଟେଇ । 

    

ଏହିି ଅଡିଓ ରିଲିଜ୍ ଉତ୍ସବରେ ଅନ୍ୟତମ ଅତିଥି ଭାବେ ସୁମା ରିଅଲ୍ ମିଡିଆର ସେଲ୍ସ ଆଣ୍ଡ୍ ମାର୍କେଟିଂ ଡାଇରେକ୍ଟର ହିମାଂଶୁ ହୋତା ଏବଂ ‘ନ୍ୟୁଜ୍‌-୭’ କାର୍ଯ୍ୟ ନିର୍ବାହୀ ସମ୍ପାଦକ ଦେବ ନାରାୟଣ ସେଠୀ ଓ ଅନ୍ୟମାନେ ଯୋଗଦେଇ ଚଳଚ୍ଚିତ୍ରର ସଫଳତା କାମନା କରିଥିଲେ ।


Powered by Froala Editor

Tags soa university , sum hospital , iter , sum nursing college , sum ultimate

Related articles Odisha News Lens 4.1

  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ
    ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14611
    Jun 12, 2025
  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ

    14532
    Jun 11, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14298
    Jun 12, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14931
    Jun 11, 2025
  •  ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    14032
    Jun 11, 2025
  • ୪ ଘଣ୍ଟା  ChatGPT ଡାଉନ୍
    ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13872
    Jun 10, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14462
    Jun 11, 2025
  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା
    ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15742
    Jun 10, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13545
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13545
    Jun 12, 2025
  • ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15742
    Jun 10, 2025
  • ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13872
    Jun 10, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16957
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15484
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14931
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14462
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13989
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15410
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16105
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16324
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14822
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14298
    Jun 12, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14931
    Jun 11, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13545
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In