ଯୁବ କଂଗ୍ରେସ କାର୍ଯ୍ୟାଳୟ ଭଙ୍ଗରୁଜା ଘଟଣାରେ ପିସିସି ପକ୍ଷରୁ ତ୍ୱରିତ ପଦକ୍ଷେପ

ଭୁବନେଶ୍ୱର - ପ୍ରଦେଶ ଯୁବ କଂଗ୍ରେସ କାର୍ଯ୍ୟାଳୟ ଭଙ୍ଗାରୁଜା ଘଟଣାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି । ଏଭଳି କାର୍ଯ୍ୟକୁ ବରଦାସ୍ତ କରାଯିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ଏହି ଘଟଣାରେ ଦାୟୀତ୍ୱରେ ଅବହେଳା ଯୋଗୁଁ ରାତ୍ର ଜଗୁଆଳି (ୱାଚମ୍ୟାନ) ଙ୍କୁ ନିଲମ୍ବନ କରାଯାଇଅଛି । ଅପରପକ୍ଷେ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପାଇଁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ପଟ୍ଟନାୟକ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କୁ ଦାୟୀତ୍ୱ ଦେଇଛନ୍ତି । ଶ୍ରୀ ଦାଶ ଖୁବଶୀଘ୍ର ଏକ ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବାପାଇଁ କୁହାଯାଇଛି । ଏହି ରିପୋର୍ଟ ପାଇବାପରେ ପରବର୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉପସଭାପତି ଶ୍ରୀ ଯଜେ୍ଞଶ୍ୱର ବାବୁ ପ୍ରେସ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି ।
Powered by Froala Editor