ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର
ଭୁବନେଶ୍ୱର: ୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନଙ୍କ ଦୀର୍ଘ ଓ ନିରାମୟ ଜୀବନ ସମସ୍ତେ କାମନା କରୁଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବୀନଙ୍କୁ ମଧ୍ୟ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ପ୍ରଧାନ ନିଜର ଟୁଇଟରରେ ଲେଖିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମ ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି।
ସୂଚନାଯୋଗ୍ୟ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ୧୯୪୬ ମସିହା ଅକ୍ଟୋବର ୧୬ ତାରିଖରେ କଟକଠାରେ ଜନ୍ମଗ୍ରହଣ କରିଥିଲେ। ସେପଟେ ଜନ୍ମଦିନ ନପାଳିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ଏହାସହ ନବୀନ ନିବାସ ନଆସିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ଏହି ଅବସରରେ କୋଭିଡରେ ମୃତ ପରିବାରକୁ ସାହାଯ୍ୟ କରିବାକୁ ମୁଖ୍ୟମମନ୍ତ୍ରୀ ଆହ୍ବାନ କରିଛନ୍ତି । ଏହାସହ ରକ୍ତଦାନ ଭଳି ମହତ କାର୍ୟ୍ୟ ହେବ ଜନ୍ମଦିନ ପାଇଁ ସଵୁଠୁ ବଡ଼ ଶୁଭେଚ୍ଛା ବୋଲି ସେ କହିଛନ୍ତି ।
Powered by Froala Editor