ଆଜି ରାଜ୍ୟରେ ୩୫୮ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୩୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୯ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୪୯ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୪୭ ଜଣ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୧୩ଜଣ, ବରଗଡରୁ ୩, ଭଦ୍ରକରୁ ୮, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୧୫, ଦେବଗଡରୁ ୧, ଗଜପତିରୁ ୭, ଗଞ୍ଜାମରୁ ୧, ଜଗତସିଂହପୁରରୁ ୮, ଯାଜପୁରରୁ ୧୧, କେନ୍ଦ୍ରାପଡାରୁ ୧୩, କେନ୍ଦୁଝରରୁ ୧, କୋରାପୁଟରୁ ୨, ଖୋର୍ଦ୍ଧାରୁ ସର୍ବାଧିକ୧୮୬, ମୟୂରଭଞ୍ଜରୁ ୧୧, ନୟାଗଡରୁ ୩, ପୁରୀରୁ ୯, ରାୟଗଡାରୁ ୫, ସମ୍ବଲପୁରରୁ ୪, ସୋନପୁରରୁ ୨, ସୁନ୍ଦରଗଡରୁ ୩ ଓ ରାଜ୍ୟପୁଲରୁ ୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛିନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୪ହଜାର ୬୩୪କୁ ବୃଦ୍ଧି ପାଇଛି ।
Powered by Froala Editor