Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

  • ‘ଜୀବନ୍ୟାସ’ ପୁରସ୍କୃତ

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

ରାଜ୍ୟ
Home ›› ରାଜ୍ୟ ››ଇ-ଶ୍ରମ ପୋର୍ଟାଲରେ ୪ କୋଟିରୁ ଅଧିକ ଅସଂଗଠିତ କ୍ଷେତ୍ରର ଶ୍ରମିକଙ୍କ ପଞ୍ଜୀକରଣ

ଇ-ଶ୍ରମ ପୋର୍ଟାଲରେ ୪ କୋଟିରୁ ଅଧିକ ଅସଂଗଠିତ କ୍ଷେତ୍ରର ଶ୍ରମିକଙ୍କ ପଞ୍ଜୀକରଣ

2021-10-18 06:25:19
15655
Share:
Facebook
Twitter
E-Mail
WhatsApp
Telegram
ଇ-ଶ୍ରମ ପୋର୍ଟାଲରେ ୪ କୋଟିରୁ ଅଧିକ ଅସଂଗଠିତ କ୍ଷେତ୍ରର ଶ୍ରମିକଙ୍କ ପଞ୍ଜୀକରଣ

ନୂଆଦିଲ୍ଲୀ :  ମାତ୍ର ଦୁଇ ମାସ ମଧ୍ୟରେ ଇ-ଶ୍ରମ ପୋର୍ଟାଲରେ ୪ କୋଟିରୁ ଅଧିକ ଅସଂଗଠିତ କ୍ଷେତ୍ରର ଶ୍ରମିକ ପଞ୍ଜୀକରଣ କରିଛନ୍ତି । ସର୍ବାଧିକ ସଂଖ୍ୟକ ଶ୍ରମିକ ପଞ୍ଜୀକରଣ କରିବାରେ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ସର୍ବାଗ୍ରେ ରହିଛି । ସଦ୍ୟତମ ତଥ୍ୟ ଅନୁଯାୟୀ, ଏହି ପୋର୍ଟାଲରେ ଓଡ଼ିଶାର ୮୮ ଲକ୍ଷ ୩୫ ହଜାର ୫୭୨ ଜଣ ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଟୁଇଟ୍ ଯୋଗେ ଏହି ସୂଚନା ଦେଇ ଶ୍ରମ ଏବଂ ନିୟୋଜନ ମନ୍ତ୍ରୀ ଶ୍ରୀ ଭୂପେନ୍ଦର ଯାଦବ କହିଛନ୍ତି ଯେ, ଏହି ପୋର୍ଟାଲରେ ପଞ୍ଜୀକରଣ କରିବା ପରେ ଅସଂଗଠିତ କ୍ଷେତ୍ରର ଶ୍ରମିକମାନେ ସହଜରେ ସରକାରୀ ଯୋଜନାଗୁଡ଼ିକର ଲାଭ ପାଇପାରିବେ।

ନିର୍ମାଣ, ବସ୍ତ୍ର ଉତ୍ପାଦନ, ମତ୍ସ୍ୟଚାଷ, ଗିଗ୍ ଓ ପ୍ଲାଟଫର୍ମ କାମ, ଉଠାଦୋକାନୀ, ଘରୋଇ କର୍ମଜୀବୀ, କୃଷି ଏବଂ ଆନୁସଙ୍ଗିକ କ୍ଷେତ୍ର, ପରିବହନ କ୍ଷେତ୍ର ଆଦି ବିଭିନ୍ନ କ୍ଷେତ୍ରର ଶ୍ରମିକମାନେ ଏହି ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଏଥିମଧ୍ୟରୁ କେତେକ କ୍ଷେତ୍ରରେ ବହୁସଂଖ୍ୟାରେ ପ୍ରବାସୀ ଶ୍ରମିକ ନିୟୋଜିତ ଅଛନ୍ତି। ପ୍ରବାସୀ ଶ୍ରମିକଙ୍କ ସମେତ ଅସଂଗଠିତ କ୍ଷେତ୍ରର ସମସ୍ତ ଶ୍ରମିକ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକରଣ କରିବା ଜରିଆରେ ସରକାରଙ୍କ ବିଭିନ୍ନ ସାମାଜିକ ସୁରକ୍ଷା ଏବଂ ନିଯୁକ୍ତି ଆଧାରିତ ଯୋଜନାର ଲାଭ ପାଇବାକୁ ସକ୍ଷମ ହେବେ।

ସଦ୍ୟତମ ତଥ୍ୟ ଅନୁଯାୟୀ, ୪.୦୯ କୋଟି ଶ୍ରମିକ ଏହି ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଏଥିମଧ୍ୟରୁ ୫୦.୦୨ ପ୍ରତିଶତ ହିତାଧିକାରୀ ମହିଳା ଏବଂ ୪୯.୯୮ ପ୍ରତିଶତ ହିତାଧିକାରୀ ପୁରୁଷ । ପ୍ରାୟତଃ ସମାନ ସଂଖ୍ୟକ ପୁରୁଷ ଏବଂ ମହିଳାମାନେ ଏହି ଅଭିଯାନର ଅଂଶବିଶେଷ ହେବା ବିଶେଷ ଉତ୍ସାହଜନକ। ଲିଙ୍ଗ ଅନୁପାତରେ ସାପ୍ତାହିକ ପଞ୍ଜୀକରଣ ବୃଦ୍ଧି ପରିଲକ୍ଷିତ ହୋଇଛି। ପୁରୁଷ ଓ ମହିଳା ଶ୍ରମିକମାନେ ତୁଳନାତ୍ମକ ଭାବେ ପଞ୍ଜୀକରଣ କରୁଛନ୍ତି, ଯାହାକି ନିମ୍ନ ଗ୍ରାଫରେ ପ୍ରଦର୍ଶିତ କରାଯାଇଛି।
 ଏହି ପୋର୍ଟାଲରେ ଶ୍ରମିକ ପଞ୍ଜୀକରଣ କରିବାରେ ଓଡ଼ିଶା ସବୁଠୁ ଆଗରେ ରହିଥିବା ବେଳେ ଏହାପଛକୁ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ବିହାର ଏବଂ ମଧ୍ୟପ୍ରଦେଶ ରହିଛନ୍ତି। ନିମ୍ନ ଗ୍ରାଫରେ ଏହାର ତଥ୍ୟ ପ୍ରଦାନ କରାଯାଇଛି। ତେବେ ଛୋଟ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକରେ ମଧ୍ୟ ଶ୍ରମିକ ପଞ୍ଜୀକରଣ ସଂଖ୍ୟା ଉତ୍ସାହଜନକ ରହିଛି।

କୃଷି ଏବଂ ନିର୍ମାଣ ଶ୍ରମିକ କ୍ଷେତ୍ରର ସର୍ବାଧିକ ସଂଖ୍ୟକ ଶ୍ରମିକ ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଭାରତରେ ଏହି ଦୁଇଟି କ୍ଷେତ୍ରରେ ସର୍ବାଧିକ ସଂଖ୍ୟକ ଲୋକମାନଙ୍କୁ ନିଯୁକ୍ତି ମିଳିଥାଏ। ଏହାଛଡ଼ା ଘରୋଇ ଏବଂ ପାରିବାରିକ ଶ୍ରମିକ, ବସ୍ତ୍ର ଉତ୍ପାଦନ କ୍ଷେତ୍ରର ଶ୍ରମିକ, ଅଟୋମୋବାଇଲ ଏବଂ ସାମଗ୍ରୀ ପରିବହନ ଶ୍ରମିକ, ଇଲେକ୍ଟ୍ରୋନିକ୍ସ ଏବଂ ହାର୍ଡୱେର ଶ୍ରମିକ, କ୍ୟାପିଟାଲ ସାମଗ୍ରୀ, ଶିକ୍ଷା, ସ୍ବାସ୍ଥ୍ୟ, ଖୁଚୁରା ବ୍ୟବସାୟ, ପର୍ୟ୍ୟଟନ ଓ ଆତିଥେୟ, ଖାଦ୍ୟ ଉଦ୍ୟୋଗ ଏବଂ ଅହୁରି ବିଭିନ୍ନ ପେସା ଏବଂ କ୍ଷେତ୍ରର ଶ୍ରମିକମାନେ ଏହି ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି।
ପଞ୍ଜୀକରଣ କରିଥିବା ୬୫.୬୮ ପ୍ରତିଶତ ଶ୍ରମିକଙ୍କ ବୟସ ୧୬ରୁ ୪୦ ବର୍ଷ ମଧ୍ୟରେ ଏବଂ ୩୪.୩୨ ପ୍ରତିଶତ ଶ୍ରମିକଙ୍କ ବୟସ ୪୦ ବର୍ଷ କିମ୍ବା ତଦୁର୍ଦ୍ଧ୍ବ ରହିଛି। ଅନ୍ୟାନ୍ୟ ପଛୁଆ ବର୍ଗ ଏବଂ ସାଧାରଣ ବର୍ଗରୁ ଯଥାକ୍ରମେ ୪୩ ଏବଂ ୨୭ ପ୍ରତିଶତ ଶ୍ରମିକ ପଞ୍ଜୀକରଣ କରିଛନ୍ତି। ସେହିପରି ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗରୁ ଯଥାକ୍ରମେ ୨୩ ଏବଂ ୭ ପ୍ରତିଶତ ଶ୍ରମିକ ପଞ୍ଜୀକରଣ କରିଛନ୍ତି।

Powered by Froala Editor

Tags E- labour portal

Related articles Odisha News Lens 4.1

  • ‘ଜୀବନ୍ୟାସ’ ପୁରସ୍କୃତ
    ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13740
    Mar 14, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15471
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14526
    Mar 14, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14329
    Mar 14, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13668
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13764
    Mar 14, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14408
    Mar 15, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13496
    Mar 14, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15552
    Mar 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13764
    Mar 14, 2026
  • ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15471
    Mar 14, 2026
  • ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14526
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13926
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13908
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14481
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15097
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14852
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15552
    Mar 14, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13668
    Mar 14, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13496
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In