ରାଜ୍ୟରେ ୩୪୦ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୪୧୭ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୪୧ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୦ ଜଣ ପଜିଟିଭ ରହିଛନ୍ତି।
୨୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୯ ଜଣ, କଟକରୁୁ ୪୩ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, ମୟୂରଭଞ୍ଜରୁ ୧୪ ଜଣ, ବାଲେଶ୍ବରରୁ ୧୩ ଜଣ, ସମ୍ବଲପୁରରୁ ୧୨ ଜଣ, ଜଗତସିଂହପୁର ୧୦ ଜଣ, ଯାଜପୁରରୁ ୯ ଜଣ,ପୁରୀରୁ ୭ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକ,ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଏଁ, ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ,ବଲାଙ୍ଗୀର, ଦେବଗଡ଼, ଢ଼େଙ୍କାନାଳ ଓ ନବରଙ୍ଗପୁର ଜିଲ୍ଳାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୪୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୨୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୨୨୫୦ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor