ରାଜ୍ୟରେ ୫ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୪୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ବରଗଡ଼, ଝାରସୁଗୁଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ କରୋନା ଜୀବନ ନେଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୪୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୨୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୨୨୫୦ ସୁସ୍ଥ ହୋଇଛନ୍ତି ।
Powered by Froala Editor