୨୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ : କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା

ରାଜ୍ୟର ପ୍ରାୟ ୨୧ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି । କାଳବୈଶାଖୀ ଭୟ ରହିଥିବା ଏହି ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓଡ଼ିଶାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୦-୫୦ କିଲୋମିଟର ରହିପାରେ । ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ଏହି ୨୧ଟି ଜିଲ୍ଲା ହେଉଛି ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର । ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ରହିଛି । ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।
Powered by Froala Editor