ରାଜ୍ୟରେ ୫୫୬ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ଗ୍ରାଫ୍। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ଲାଗିଛି ବ୍ରେକ୍ । ଗତ ୨୪ ଘଣ୍ଟା ମଧ୍ୟରେ ୫୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ ରେ ପହଞ୍ଚିଛି । ତେବେ ହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୨୨ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୭ ଜଣ ପଜିଟିଭ ରହିଛନ୍ତି।
୨୦ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୦୫ ଜଣ,କଟକରୁ ୪୧ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ, ସମ୍ବଲପୁରରୁ ୧୭ ଜଣ, ମୟୂରଭଞ୍ଜରୁ ୧୫ ଜଣ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୧୧ ଜଣ ଲେଖାଏଁ, ବାଲେଶ୍ବରରୁ ୧୦ ଜଣ, ଭଦ୍ରକରୁ ୮ ଜର, ବୌଦ୍ଧରୁ ୭ ଜଣ, ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ଢ଼େଙ୍କାନାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୯୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୨୭୮୦ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor